Posted inଜାତୀୟ

କୃଷକ ଆନ୍ଦୋଳନ ଯୋଗୁ ୯,୦୦୦ କମ୍ପାନୀଙ୍କ କ୍ଷତି, କେନ୍ଦ୍ର ସହିତ ୪ ରାଜ୍ୟକୁ ଏନ୍‌ଏଚ୍‌ଆର୍‌ସି ନୋଟିସ୍‌…

ନୂଆଦିଲ୍ଲୀ,୧୪।୯: କୃଷକଙ୍କ ଆନ୍ଦୋଳନ ଦ୍ୱାରା ୯,୦୦୦ରୁ ଅଧିକ କ୍ଷୁଦ୍ର ଏବଂ ମଧ୍ୟମ କମ୍ପାନୀ କ୍ଷତିଗ୍ରସ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ସମେତ ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଏବଂ ରାଜସ୍ଥାନ ଆଦି ୪ ରାଜ୍ୟକୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି ) ପକ୍ଷରୁ ନୋଟିସ୍‌ ପଠାଯାଇଛି। ଚାଷୀଙ୍କ ଆନ୍ଦୋଳନ ଯୋଗୁଁ ରାସ୍ତା ଅବରୋଧ ହେବାରୁ ଲୋକମାନେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଦୃଷ୍ଟିରେ ରଖି ଏନ୍‌ଏଚ୍‌ଆର୍‌ସି ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି।

କୃଷକଙ୍କ ଆନ୍ଦୋଳନ ସମ୍ପର୍କିତ ରିପୋର୍ଟ ଏନ୍‌ଏଚ୍‌ଆର୍‌ସି ଲୋଡ଼ିଛନ୍ତି। ୪ ରାଜ୍ୟର ମୁଖ୍ୟ ସଚିବ ଏବଂ ପୋଲିସ ଅଧିକାରୀଙ୍କୁ ଏନେଇ ନୋଟିସ୍‌ ପଠାଯାଇଛି। ଆନ୍ଦୋଳନ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ଉତ୍ତର ଲୋଡ଼ାଯାଇଛି। ଏହା ବ୍ୟତୀତ ଯାତାୟାତ, ରୋଗୀଙ୍କୁ ହସ୍ପିଟାଲ ନେବାରେ ସମସ୍ୟା ଉପୁଜିଛି। ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକମାନେ ରାସ୍ତାରେ ପ୍ରବଳ ଭିଡ଼ ଯୋଗୁ ଅସୁବିଧାରେ ପଡ଼ିଛନ୍ତି।

ସେହିପରି ଟ୍ରାଫିକ ଜାମ୍‌ ହୋଇଥିବା ଅଭିଯୋଗ ହୋଇଛି। ଏନ୍‌ଏଚ୍‌ଆର୍‌ସି କହିଛି ଯେ, କୃଷକମାନଙ୍କର ପିକେଟିଂ ସ୍ଥାନରେ କରୋନା ପ୍ରୋଟୋକଲକୁ ଉଲ୍ଲଂଘନ କରାଯାଉଛି। ସ୍ଥାନୀୟ ଲୋକେ ମଧ୍ୟ ଘରୁ ବାହାରକୁ ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଆନ୍ଦୋଳନ ମାନବିକ ଅଧିକାର ସହ ଜଡିତ ହୋଇଥିବା ଏନ୍‌ଏଚ୍‌ଆର୍‌ସି କହିଛି। ଏସମ୍ପର୍କରେ ଏନ୍‌ଏଚ୍‌ଆର୍‌ସି ପକ୍ଷରୁ ଅକ୍ଟୋବର ୧୦ ସୁଦ୍ଧା ଆୟୋଗ ରିପୋର୍ଟ ଲୋଡ଼ାଯାଇଛି।

ଦୀର୍ଘ ଦିନ ଧରି ଚାଲିଆସୁଥିବା କୃଷକଙ୍କ ଆନ୍ଦୋଳନ ଯୋଗୁଁ ଜୀବନଜୀବିକା ଉପରେ ନକାରାତ୍ମକ ପ୍ରଭାବ ପଡ଼ିଛି। ଆନ୍ଦୋଳନର ପ୍ରଭାବ ଆକଳନ କରିବାକୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ସୋସିଆଲ୍‌ ଓ୍ବାର୍କ ବିଭାଗକୁ ଏକ ସର୍ଭେ ଦଳ ଗଠନ କରିବାକୁ କୁହାଯାଇଛି। ଏହି ଦଳ ସର୍ଭେ କରିବା ପରେ ରିପୋର୍ଟ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri