Posted inଜାତୀୟ

ପଶ୍ଚିମବଙ୍ଗ ସରକାର, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧୪ା୮: କୋଲକାତାର ସରକାରୀ ମେଡିକାଲ କଲେଜ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ମଙ୍ଗଳବାର ପଶ୍ଚିମବଙ୍ଗ ସରକାର ଏବଂ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ନୋଟିସ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସି ନିଜଆଡ଼ୁ ମାମଲାକୁ ବିଚାର ପାଇଁ ଗ୍ରହଣ କରି ରାଜ୍ୟ ସରକାର ଏବଂ ପୋଲିସ ଡିଜିଙ୍କୁ ୨ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାଙ୍କ ଗୁପ୍ତାଙ୍ଗ ସମେତ ଆଖି ଓ ଶରୀରର ବିଭିନ୍ନ ଅଙ୍ଗରେ କ୍ଷତଚିହ୍ନ ରହିଥିବାରୁ ବଳାତ୍କାର ପୂର୍ବରୁ ଅଭିଯୁକ୍ତଙ୍କ ସହ ତାଙ୍କର ସଂଘର୍ଷ ହୋଇଥିବା ସ୍ପଷ୍ଟ ହେଉଛି। ଏହା ପୀଡ଼ିତାଙ୍କ ମାନବାଧିକାରର ଗୁରୁତର ଉଲ୍ଲଂଘନ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅଧିକାରୀମାନଙ୍କ ସହ ଫେଡେରେଶନ ଅଫ୍‌ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନର ଆଲୋଚନା ବିଫଳ ହେବା ପରେ ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ ଚଳାଇବାକୁ ନିଷ୍ପତ୍ତି ହୋଇଛି। ଅପରାଧୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ସାରା ଦେଶର ରେସିଡେଣ୍ଟ ଡାକ୍ତରମାନେ ସୋମବାରଠାରୁ ଆନ୍ଦୋଳନରେ ସାମିଲ ହୋଇଥିବାରୁ ଓପିଡି ଏବଂ ଅଣଜରୁରୀ ସେବା ବନ୍ଦ ରହିଛି। ମାମଲାର ସିବିଆଇ ତଦନ୍ତ ପାଇଁ ଦିଲ୍ଲୀ ଏମ୍ସ ଏବଂ ରାମ ମନୋହର ଲୋହିଆ ହସ୍ପିଟାଲର ଡାକ୍ତର ଓ ମେଡିକାଲ ଛାତ୍ରୀଛାତ୍ର ଦାବି କରିଛନ୍ତି। କେନ୍ଦ୍ରୀୟ ସୁରକ୍ଷା ଆଇନରେ ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri