ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର ତଦନ୍ତ କରି ୧୫ଦିନ ମଧ୍ୟରେ ଶୀଘ୍ର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫ ଫେବୃଆରୀ ୨ରେ ମାନବାଧିକାର କର୍ମୀ ତଥା ବରିଷ୍ଠ ଆଇନଜୀବୀ ରାଧାକାନ୍ତ ତ୍ରିପାଠୀ ଏହି ପିଟିଶନ ଦାଖଲ କରିଥିଲେ।

ପିଟିଶନରେ ତ୍ରିପାଠୀ ଦର୍ଶାଇଛନ୍ତି ଯେ, କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅଧୀନ ଗୋଧୂଳି ଗାଁର ସାବିତ୍ରୀ ନାମକ ଜଣେ ଦଳିତ ପୀଡ଼ିତା ଓ ତାଙ୍କ ପରିବାର ଉପଯୁକ୍ତ ନିଯୁକ୍ତି, ବାସଗୃହ କିମ୍ବା ଅନ୍ୟ କୌଣସି ସରକାରୀ ଆର୍ଥିକ ସହାୟତା ପାଇବା ପାଇଁ ସଂଘର୍ଷ କରୁଛନ୍ତି। ଏଭଳି ପରିସ୍ଥିତିରେ ପୀଡ଼ିତା ପରିବାରର ଖର୍ଚ୍ଚ ତୁଲାଇବା ପାଇଁ ମୁକେଶ (୧୩) ଓ ସୁକେଶ (୧୧) ନାମକ ତାଙ୍କ ଦୁଇ ପୁଅଙ୍କୁ ପଡ଼ୋଶୀଙ୍କୁ ୫ ହଜାର ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା। ଏବେ ପୀଡ଼ିତା ଯନ୍ତ୍ରଣା ଭୋଗୁଛନ୍ତି। ଏଣୁ ସେମାନଙ୍କୁ ସହାୟତା ଦେବାକୁ ଓଡ଼ିଶା ସରକାରଙ୍କୁ ଆଦେଶ କରିବାକୁ ସେ କମିଶନଙ୍କୁ ନିବେଦନ କରିଥିଲେ। ତେବେ ଏହା ଏକ ସମ୍ବେଦନଶୀଳ ତଥା ମାନବାଧିକାର ଉଲ୍ଲଘଂନ ମାମଲା ହୋଇଥିବାରୁ ଏହାର ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ସହ ୧୫ ଦିନ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ କମିଶନ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଆଦେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri