ଚିକିତ୍ସା ଅବହେଳାରୁ ଛାତ୍ରୀ ମୃତ୍ୟୁ ଘଟଣା: ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଆଦେଶ

କେନ୍ଦୁଝର,୨୨ା୪(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ୧ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଛାତ୍ରୀ ତପସ୍ବିନୀ ହେମ୍ବ୍ରମଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ମୁଖ୍ୟ ଶାସନ ସଚିବଙ୍କୁ ଆଦେଶ କରିଛନ୍ତି। ତାଙ୍କ ମୃତ୍ୟୁ ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ହୋଇଥିବା ଏବଂ ମାନବିକ ଅଧିକାର ଉଲ୍ଲଂଘନ ହୋଇଥିବା କମିଶନ ଜାଣିବାକୁ ପାଇଛନ୍ତି ।

ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ସାହରପଡ଼ା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଆଶ୍ରମ ସ୍କୁଲରେ ତପସ୍ବିନୀ ୫ମ ଶ୍ରେଣୀରେ ହଷ୍ଟେଲ ରହି ପଢୁଥିଲେ। ସେ ଓ ଅନ୍ୟ ୧୨ ଜଣ ଝାଡ଼ାବାନ୍ତିରେ ଅସୁସ୍ଥ ହେବା ପରେ ସ୍ଥାନୀୟ ଡାକ୍ତରଖାନାରେ ଆଡମିଶନ ହୋଇଥିଲେ। ଏହାପରେ ତାଙ୍କର ଚିକିତ୍ସା ସମ୍ପୂର୍ଣ୍ଣ ନ କରାଯାଇ ତପସ୍ବିନୀଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୧ତାରିଖ ଭୋର୍‌ ସମୟରେ ତପସ୍ବିନୀଙ୍କର ମୃତ୍ୟୁ ହୋଇଥିଲା। ତେବେ ସ୍କୁଲ ଏବଂ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଜାତୀୟ ମାନବାଧିକାର କମିଶନରେ ହିମାଂଶୁ ଶେଖର ନାୟକ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ୪୧୨/୧୮.୦୭.୨୦୨୦ରେ କେସ ରୁଜୁ କରି ବିଭିନ୍ନ ବିଭାଗକୁ ରିପୋର୍ଟ ମାଗିଥିଲେ। ତେବେ ବିଭାଗ ପକ୍ଷରୁ ତାଙ୍କ ପରିବାରକୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ରେଡକ୍ରସରୁ ପ୍ରଦାନ କରାଯାଇଥିଲା। ମାନବିକ ଅଧିକାର ସୁରକ୍ଷା ଆଇନ ୧୯୯୩ ଧାରା୧୮(ଏ) କମିଶନ ମୁଖ୍ୟ ଶାସନ ସଚିବଙ୍କ ଜରିଆରେ  କାହିଁକି ୩ ଲକ୍ଷ ଆର୍ଥିକ ସହାୟତା ଦିଆଯିବ ନାହିଁ ବୋଲି ରାଜ୍ୟ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲେ। ତେବେ କମିଶନ ସନ୍ତୋଷ ଜନକ ରିପୋର୍ଟ ନ ପାଇବାରୁ ମୃତାଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ସହ ୬ ସପ୍ତାହ ମଧ୍ୟରେ ପ୍ରଦାନ କରାଯାଇଥିବା ସହାୟତା କରିଥିବା ରାଶି ପ୍ରମାଣ ପ୍ରଦାନ କରିବାକୁ କହିଛନ୍ତି। ଏହି କ୍ଷତିପୂରଣ ରାଶି ଦାୟିତ୍ୱରେ ଅବହେଳା କରିଥିବା ସ୍କୁଲ କର୍ତ୍ତୃପକ୍ଷଙ୍କଠାରୁ ଆଦାୟ କରାଯିବା ସହ ଦୋଷୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri