ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ: ସ୍ତ୍ରୀଙ୍କ ଏତଲା ଆଧାରରେ ମାମଲା ରୁଜୁ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଥାନାରେ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲା ଆଧାରରେ ଅଡବା ପୋଲିସ ମାମଲା ନଂ.୧୧୯/୨୨ ରୁଜୁ କରିବା ସହ ତଦନ୍ତ କରୁଛି। ସେପଟେ ଅଡ଼ବା ଥାନା ଅଧିକାରୀ ଆନନ୍ଦ୍ର ଚନ୍ଦ୍ର ପାତ୍ର କହିଛନ୍ତି, ଖୁବ୍‌ଶୀଘ୍ର ଏକ ଟିମ୍‌ ଉତ୍ତରପ୍ରଦେଶ ଯାଇ ତଦନ୍ତ କରିବ। ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ହାତ ଗୋଡ଼ କାଟିଦେବା ଭଳି ଏକ ସମ୍ବେଦନଶୀଳ ଘଟଣାରେ ମାମଲା ରୁଜୁ ନ ହେବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୋଲିସ ଓ ଜିଲା ଶ୍ରମ ବିଭାଗ ମିଳିତ ଭାବେ ଏହି ଘଟଣାର ତଦନ୍ତ କରିବେ ବୋଲି ଥାନା ଅଧିକାରୀ କହିଛନ୍ତି। ଏହି ଘଟଣାରେ ଏଯାଏ ଶ୍ରମ ବିଭାଗ କୌଣସି ପଦକ୍ଷେପ ନେଇ ନ ଥିବା ବେଳେ ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ସମସ୍ତ ନଜର ରହିଛି। ଅଭିଯୋଗ ଅନୁଯାୟୀ ଶାଙ୍କ ମୁର୍ମୁଙ୍କୁ ମାସିକ ୨୦ ହଜାର ଟଙ୍କା ମିଳିବ ବୋଲି ପ୍ରଲାଭନ ଦେଖାଇ ଉତ୍ତରପ୍ରଦେଶର ଏକ ସିମେଣ୍ଟ କମ୍ପାନୀକୁ ନିଆଯାଇଥିଲା। ସେଠାରେ କିଛିଦିନ କାମ କରିବା ପରେ ଶାଙ୍କ ମଜୁରି ଟଙ୍କା ମାଗିଥିଲେ। ପରେ ତାଙ୍କୁ ଅଚେତ କରାଯାଇଥିଲା। ଚେତା ଫେରିବା ପରେ ଗୋଟିଏ ଗୋଡ଼ ଓ ଗୋଟିଏ ପାପୁଲି କଟିଯାଇଥିବା ଦେଖିଥିଲେ। ଏ ନେଇ ସେଠାରେ ଚିକିତ୍ସା କରାଯାଇ ଗାଁକୁ ପଠାଇ ଦେଇଥିଲା। ରେଳଲାଇନରେ ପଡ଼ିଥିବା ବେଳେ ତାଙ୍କୁ ଉଦ୍ଧାରକରି ଆଣିଛୁ ବୋଲି ଶାଙ୍କଙ୍କୁ ଗ୍ରାମକୁ ଛାଡ଼ିବାକୁ ଆସିଥିବା ଯୁବକମାନେ କହିଛନ୍ତି। ଏହି ଘଟଣା ସମ୍ପର୍କରେ ବ୍ରହ୍ମପୁର ସାମାଜିକ କର୍ମୀ ରବୀନ୍ଦ୍ର ମିଶ୍ର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାକୁ କମିଶନ ଗ୍ରହଣ କରିବା ସହ ଆସନ୍ତା ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ଗଜପତି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri