Posted inଜାତୀୟ

ଟେରର ଫଣ୍ଡିଂ ବିରୋଧରେ ଏନଆଇଏର ବଡ କାର୍ଯ୍ୟାନୁଷ୍ଠାନ, କଶ୍ମୀରରୁ ତାମିଲନାଡୁ ପର୍ଯ୍ୟନ୍ତ ଚଢାଉ

ନୂଆଦିଲ୍ଲୀ,୯।୫: ଟେରର ପଣ୍ଡିଂକୁ ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ଆକ୍ସନରେ। ଜମ୍ମୁ-କଶ୍ମୀରର କିଛି ସ୍ଥାନରେ ମଙ୍ଗଳବାର ଏନଆଇଏ ଦ୍ୱାରା ଚଢାଉ କରାଯାଇଛି। ଶ୍ରୀନଗର, ଅନନ୍ତନାଗ, କୁପଓ୍ବାଡା, ଶୋପିଆନ, ରାଜୌରି ଓ ପୁଞ୍ଛରେ ଏନଆଇଏ ଟିମ ଚଢାଉ ପାଇଁ ପହଞ୍ଚିଛନ୍ତି। ହେଲେ ଏବେ ପର୍ଯ୍ୟନ୍ତ କାହାକୁ ଅଟକ ରଖାଯାଇଥିବା ଖବର ମିଳିନାହିଁ। ତାମିଲନାଡୁରେ ବି ଚଢାଉ ଅଭିଯାନ ଜାରି ରହିଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ମେ’ ୨ରେ ଜମ୍ମୁ-କଶ୍ମୀରର ୬ ଜିଲାର ୧୨ଟି ସ୍ଥାନରେ, ପୀର ପଞ୍ଜାଲ ଅଞ୍ଚଳ, ମଧ୍ୟ ଓ ଦକ୍ଷିଣ କଶ୍ମୀରର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା। କୁହାଯାଉଛି କି ଆତଙ୍କବାଦୀ ତଥା ବିଦ୍ରୋହୀ କାର୍ଯ୍ୟକଳାପ ପାଇଁ ଅପରାଧିକ ଷଡଯନ୍ତ୍ର ରଚିଥିବା ବିଦ୍ରୋହୀ ନେଟୱାର୍କ ତଥା ଅନ୍ୟାନ୍ୟ ପ୍ରସଙ୍ଗରେ ଏହି ଚଢାଉ ଏକ ବଡ଼ ଧରଣର କଟକଣା।
ଏହା ବ୍ୟତୀତ ତାମିଲନାଡୁର ୧୦ ରୁ ଅଧିକ ସ୍ଥାନରେ ଏନଆଇଏର ଚଢାଉ ଚାଲିଛି। ପ୍ରକାଶ ଯେ, ଯାଞ୍ଚ ଏଜେନ୍ସି ପିଏଫଆଇ ସହିତ ଜଡିତ କେତେକ ବ୍ୟକ୍ତି ଏବଂ ନେତାଙ୍କ ସ୍ଥାନ ଉପରେ ଚଢାଉ କରାଯାଉଛି। ଏହି ମାମଲାରେ ପୂର୍ବରୁ ଦିଆଯାଇଥିବା ଏଫଆଇଆର ଯାଞ୍ଚ ସମୟରେ ଏହି ଚଢାଉ କରାଯାଉଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମୟରେ, ସାରା ଦେଶରୁ ୧୦୬ ଜଣ ପିଏଫଆଇ ସଦସ୍ୟଙ୍କୁ ଗିରଫ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri