Posted inଜାତୀୟ

ସ୍ୱାଧିନତା ଦିବସ ପୂର୍ବରୁ ଏନଆଇଏକୁ ବଡ ସଫଳତା, ଦିଲ୍ଲୀର ବାଟଲା ହାଉସରୁ ଆଇଏସ୍‌ର ସକ୍ରିୟ ସଦସ୍ୟ ଗିରଫ

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସ ପୂର୍ବରୁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ)କୁ ବଡ ସଫଳତା ମିଳିଛି । ରାଜଧାନୀ ଦିଲ୍ଲୀର ବାଟଲା ହାଉସରୁ ଆତଙ୍କବାଦୀ ସଙ୍ଗଠନ ଆଇଏସ ସହ ଜଡିତ ଜଣେ ସନ୍ଦିଗ୍ଧ ସଦସ୍ୟଙ୍କୁ ଏନଆଇଏ ଗିରଫ କରିଛି ।
ଗିରଫ ସନ୍ଦିଗ୍ଧ ହେଲେ ଆଇଏସର କଟ୍ଟର ଓ ସକ୍ରିୟ ସଦସ୍ୟ । ଗିରଫ ସନ୍ଦିଗ୍ଧଙ୍କ ନାମ ମୋହସିନ ଅହମଦ ବୋଲି ଜଣାପଡିଛି । ସେ ବିହାର ବାସିନ୍ଦା । ସେ ଆଇଏସର ଅନଲାଇନ ପ୍ରୋପେଗେଣ୍ଡା ଚଳାଉଥିଲେ । କିଛିଦିନ ହେବ ସେ ବାଟଲା ହାଉସରେ ରହୁଥିଲେ । କୁହାଯାଉଛି କି ଭାରତ ଓ ବିଦେଶରେ ଆଇଏସକୁ ସହାନୁଭୁତି ଦେଉଥିବା ଲୋକଙ୍କଠାରୁ ସେ ଫଣ୍ଡ ଏକାଠି କରୁଥିଲେ । ଏଥିପାଇଁ ସେ କ୍ରେପ୍ଟୋକରେନ୍ସିର ବ୍ୟବହାର କରୁଥିଲେ । ଫଣ୍ଡ ଏକାଠି କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଏନଆଇଏ ଟିମ ବାଟଲାସ୍ଥିତ ଅହମଦଙ୍କ ଘରେ ଚଢାଉ କରିଛନ୍ତି । ଏହି ସମୟରେ ତାଙ୍କ ଘରୁ ଅନେକ ଆପତ୍ତିଜନକ ତଥ୍ୟ ମିଳିଛି । ଏବେ ଯାଞ୍ଚ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri