କେବଳ ଜ୍ୟୋତି ନୁହନ୍ତି ପୁଳାପୁଳା ଟଙ୍କା ଲୋଭରେ ପାକ୍‌-ସ୍ପାଏ ସାଜିଥିଲେ CRPF ଯବାନ: ଦେଉଥିଲେ ସମ୍ବେଦନଶୀଳ…

ନୂଆଦିଲ୍ଲୀ,୫,୨୬: ପାକିସ୍ତାନ ପାଇଁ ଗୁପ୍ତଚରୀ କରିବା ପଡ଼ିଲା ମହଙ୍ଗା। ପାକ୍‌- ସ୍ପାଏ ନେଇ CRPF ଯବାନଙ୍କୁ ଗିରଫ କରାଯାଇଛି। ଦିଲ୍ଲୀରୁ ଗିରଫ କରିଛି NIA।

ସୂଚନାଯୋଗ୍ୟ, ଜାତୀୟ ତଦନ୍ତ ସଂସ୍ଥା (NIA) ଦିଲ୍ଲୀରୁ ଜଣେ CRPF ଯବାନଙ୍କୁ ଗିରଫ କରିଛି। ସେ ଦେଶ ସହ ଜଡିତ ସମ୍ବେଦନଶୀଳ ସୂଚନା ପାକିସ୍ତାନକୁ ପଠାଉଥିବା ନେଇ ଅଭିଯୋଗ ହୋଇଛି॥ ଏ ନେଇ ସେ ମୋଟା ଅଙ୍କର ଟଙ୍କା ମଧ୍ୟ ନେଉଥିଲେ। ସେ ଏହି କାମ ପାଇଁ ସୋସିଆଲ ମିଡିଆ ବ୍ୟବହାର କରିଥିଲେ।
NIA ସିଆରପିଏଫ ଯବାନଙ୍କୁ ପଚରାଉଚରା ଆରମ୍ଭ କରିଛି। ସେ ସୋସିଆଲ ମିଡିଆ ମାଧ୍ୟମରେ ଜଣେ ପାକିସ୍ତାନୀ ଗୁପ୍ତଚର ଅଧିକାରୀଙ୍କ ସମ୍ପର୍କରେ ଆସିଥିଲେ। ସୋସିଆଲ ମିଡିଆ ମାଧ୍ୟମରେ ଦେଶ ସହ ଜଡିତ ଗୁପ୍ତ ସୂଚନା ପଠାଇବା ଆରମ୍ଭ କରିଥିଲେ।

ଗିରଫ ହେବା ପରେ, ସିଆରପିଏଫ ନିୟମ ଅନୁଯାୟୀ ଯବାନଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଅଭିଯୁକ୍ତ ପାକିସ୍ତାନରେ ବସିଥିବା ତାଙ୍କ ହ୍ୟାଣ୍ଡଲରମାନଙ୍କୁ ଅନେକ ସମ୍ବେଦନଶୀଳ ସୂଚନା ପଠାଇଥିଲେ। ଅପରେଶନ ସିନ୍ଦୂର ପରେ ଭାରତରେ ଅନେକ ଗୁପ୍ତଚର ଧରାପଡ଼ିଛନ୍ତି। ଏଥିରେ ସବୁଠାରୁ ଲୋକପ୍ରିୟ ନାମ ହେଉଛି ଜ୍ୟୋତି ମାଲହୋତ୍ରା। YouTuber ଜ୍ୟୋତିଙ୍କ ଉପରେ ପାକିସ୍ତାନକୁ ଗୁପ୍ତଚର ସୂଚନା ପଠାଉଥିବା ଅଭିଯୋଗ ହୋଇଛି। ସେ ଭାରତରେ ଥିବା ପାକିସ୍ତାନ ହାଇକମିଶନ ମାଧ୍ୟମରେ ପାକିସ୍ତାନୀ ଗୋଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri