Posted inଜାତୀୟ

ପାକିସ୍ତାନ ନିର୍ଦ୍ଦେଶରେ ଭାରତରେ ଗୁଇନ୍ଦାଗିରି କରୁଥିଲେ ଏହି ବ୍ୟକ୍ତି: ଘରେ ଚଢ଼ାଉ କରି ଉଠାଇ ଆଣିଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୫।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) ଗୁଜରାଟର ଗୋଧରା ଅଞ୍ଚଳରୁ ଗିତେଲୀ ଇମରାନ ଖାନ୍‌ ନାମକ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରୁଥିବା ଜଣାପଡ଼ିଛି। ଇମରାନ୍‌ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ ଦେଶର ସୁରକ୍ଷା ସମ୍ପର୍କିତ ଗୋପନୀୟ ତଥ୍ୟ ପ୍ରଦାନ କରୁଥିବା ଏନ୍‌ଆଇଏ ପକ୍ଷରୁ କୁହାଯାଇଛି। ତାଙ୍କ ଉପରେ ଭାରତୀୟ ଦଣ୍ଡବିଧାନ ଅନୁଯାୟୀ ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଛି।

ଅପରପକ୍ଷେ ଗିତେଲି ବିଶାଖାପାଟଣା ଏସ୍ପିସୋନେଜ୍‌ କେସ୍‌ର ମୁଖ୍ୟ ଅଭିଯୁକ୍ତ। ସେ ସୀମାରେ ପୋଷାକ ବ୍ୟବସାୟ କରୁଥିଲେ। ସେଠାରେ ପାକିସ୍ତାନର ଗୁଇନ୍ଦା ବିଭାଗ ସମ୍ପର୍କରେ ଆସିଥିଲେ। ତାଙ୍କ ନିର୍ଦ୍ଦେଶରେ ସେ କିଛି ଭାରତୀୟ ଜଳସେନା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ଡିପୋଜିଟ୍‌ କରୁଥିଲେ। ଏହାର ପ୍ରତିବଦଳରେ ତାଙ୍କଠାରୁ ଅନେକ ସୂଚନା ପ୍ରାପ୍ତ କରୁଥିଲେ। ତାଙ୍କ ଘର ଉପରେ ଚଢ଼ାଉ କରାଯାଇ ଗିତେଲିଙ୍କୁ ଗିରଫ କରାଯାଇଛି। ତାଙ୍କ ଘରୁ ବହୁତ ଇଲେକ୍ଟ୍ରୋନିକ୍‌ ଉପକରଣ ଜବତ କରାଯାଇଛି। ସେଥିରୁ ଅନେକ ତଥ୍ୟ ମିଳିବା ନେଇ ଏନ୍‌ଆଇଏ ଆଶା ପ୍ରକାଶ କରିଛି। ଏହି ଘଟଣାରେ ପୂର୍ବରୁ ୧୪ଜଣ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରାଯାଇଥିବା ବେଳେ ଅଧିକ ଯାଞ୍ଚ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri