Posted inଜାତୀୟ

ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଗିରଫକଲା ଏନ୍‌ଆଇଏ

ନୂଆଦିଲ୍ଲୀ,୨୫।୧୧(ପି.ଟି.): ଦେଶର ବିଭିନ୍ନ ଭାଗରେ ହିଂସାକାଣ୍ଡ ଏବଂ ସମ୍ବେଦନଶୀଳ ଅପରାଧ ଘଟାଇବା ଲାଗି ଆତଙ୍କବାଦୀ ସଂଗଠନ ଏବଂ ଅପରାଧ ସିଣ୍ଡିକେଟ୍‌ ସହ ଷଡ଼ଯନ୍ତ୍ର ଚଳାଇବା ମାମଲାରେ ପଞ୍ଜାବ ଜେଲ୍‌ରେ ଥିବା ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗୁରୁବାର ଗିରଫ କରିଛି। ଜେଲ ଭିତରେ ଥାଇ ସେ ବିଭିନ୍ନ ଅପରାଧ ଲାଗି ଷଡ଼ଯନ୍ତ୍ର କରୁଥିବା ଜଣାପଡ଼ିବା ପରେ ତାଙ୍କୁ ବଠିଣ୍ଡା ଜେଲ୍‌ରୁ ଗିରଫ କରାଯାଇଛି। ଉକ୍ତ ଷଡ଼ଯନ୍ତ୍ରକୁ ଏକ ସଂଗଠିତ ଆପରାଧିକ ନେଟ୍‌ଓ୍ବର୍କ ଦେଶ ତଥା ଦେଶ ବାହାରେ କାର୍ଯ୍ୟକାରୀ କରୁଥିଲା ବୋଲି ଏନ୍‌ଆଇଏ କହିଛି। ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ହିମାଚଳପ୍ରଦେଶ, ରାଜସ୍ଥାନ ଏବଂ ଦିଲ୍ଲୀରେ ଗତ ୧୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ମଧ୍ୟରେ ବିଷ୍ଣୋଇ ବହୁ ଟାର୍ଗେଟେଡ୍‌ ଏବଂ ସମ୍ବେଦନଶୀଳ ହତ୍ୟା ମାମଲାରେ ସମ୍ପୃକ୍ତ ବିଷ୍ଣୋଇ ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ। ୨୦୧୪ରେ ରାଜସ୍ଥାନ ପୋଲିସର ଏନ୍‌କାଉଣ୍ଟ ବେଳେ ବିଷ୍ଣୋଇଙ୍କୁ ଗିରଫ କରାଯାଇଥିଲା। ଗତବର୍ଷ ତାଙ୍କୁ ଦିଲ୍ଲୀର ତିହାର ଜେଲକୁ ସ୍ଥାନାନ୍ତର କରାଯାଇଥିଲା। ଗତ ମେ’ ୨୯ରେ ପଞ୍ଜାବୀ ଗାୟକ ସିଦ୍ଧୁ ମୂସଓ୍ବୋଲା ହତ୍ୟା ମାମଲାରେ ତାଙ୍କୁ ପଞ୍ଜାବ ଜେଲକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?