Posted inଜାତୀୟ

ଅମ୍ବାନୀଙ୍କ ଘର ଆଗରୁ ମିଳିଥିବା ବିସ୍ଫୋରକ ଭର୍ତ୍ତି ଗାଡିର ତଦନ୍ତ ଆରମ୍ଭ କଲା ଏନ୍‌ଆଇଏ

ନୂଆଦିଲ୍ଲୀ,୮।୩: ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ବାସଭବନ ନିକଟରୁ ବିସ୍ଫୋରକ ଭର୍ତ୍ତି ଗାଡ଼ି ମିଳିବା ଘଟଣାର ତଦନ୍ତ କରିବ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ)। ଘଟଣାର ତଦନ୍ତ ଏନ୍‌ଆଇଏ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ନିର୍ଦ୍ଦେଶ ଅନୁସାରେ ଏନ୍‌ଆଇଏ ସୋମବାର ତଦନ୍ତ ଆରମ୍ଭ କରିଛି। ଫେବୃୟାରୀ ୨୫ରେ ମୁକେଶଙ୍କ ବାସଭବନ ନିକଟରୁ ସନ୍ଦେହ ଜନକ ଭାବେ ଏକ ଗାଡ଼ି ମିଳିଥିଲା। ପୋଲିସ ଗାଡି ଭିତରୁ ୨୦ଟି ଜିଲେଟିନ ସହ ଅନ୍ୟାନ୍ୟ ବିସ୍ଫୋରକ ସାମଗ୍ରୀ ଜବତ କରିଥିଲା। ପୋଲିସ ତଦନ୍ତ ପରେ ଫେବୃୟାରୀ ୧୮ରେ ଅଇରୋଲି-ମୁଲୁନ୍ଦ ବ୍ରିଜ ନିକଟରୁ ଉକ୍ତ ଗାଡି ଚୋରି କରି ଅଣାଯାଇଥିବା ଜଣାପଡିଥିଲା। ପୋଲିସ ମାଳିକଙ୍କୁ ଠାବ କରିଥିଲା। ହେଲେ ପୋଲିସ ତାଙ୍କୁ ଧରିବା ପୂର୍ବରୁ ଗାଡି ମାଲିକଙ୍କ ମୃତଦେହ ମୁମ୍ବାଇର ଏକ ନାଳରୁ ଜବତ କରିଥିଲା। ଗାଡି ମାଳିକଙ୍କ ମୃତ୍ୟୁକୁ ନେଇ ବର୍ତ୍ତମାନ ସନ୍ଦେହ ସୃଷ୍ଟି ହୋଇଛି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନେଇ ଏନ୍‌ଆଇଏକୁ ଦିଆଯାଇଛି। ଅମ୍ବାନୀଙ୍କ ଘର ପାଖରୁ ବିସ୍ଫୋରକ ଗାଡି ମିଳିବା ଘଟଣାର ତଦନ୍ତ ଏନ୍‌ଆଇଏ ହାତକୁ ଯିବାପରେ ଘଟଣା ପଛରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ସନ୍ଦେହ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri