Posted inଜାତୀୟ

ଗ୍ୟାଙ୍ଗଷ୍ଟରଙ୍କ ଉପରେ ଆକ୍ସନ, ଦିଲ୍ଲୀ-ପଞ୍ଜାବ ସମେତ ୫ ରାଜ୍ୟର ୪୦ରୁ ଅଧିକ ସ୍ଥାନରେ ଏନଆଇଏ ଚଢାଉ

ନୂଆଦିଲ୍ଲୀ,୧୮ ।୧୦: ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛି । ମଙ୍ଗଳବାର ଏନଆଇଏ ପକ୍ଷରୁ ସାରା ଦେଶର ପ୍ରାୟ ୫ ରାଜ୍ୟରେ ୪୦ରୁ ଅଧିକ ସ୍ଥାନରେ ଚଢାଉ ଆରମ୍ଭ କରିଛି । ଏହି ଚଢାଉ ଦେଶ ତଥା ବିଦେଶରେ ଥିବା ଆତଙ୍କବାଦୀ, ଗ୍ୟାଙ୍ଗଷ୍ଟର ଓ ଡ୍ରଗ୍ସ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଭାଙ୍ଗିବାକୁ କରାଯାଇଛି । ଏନଆଇଏ ଦ୍ୱାରା ଦିଲ୍ଲୀ, ପଞ୍ଜାବ, ରାଜସ୍ଥାନ, ହରିୟାଣା ଓ ଉତ୍ତର ପ୍ରଦେଶର ୪୦ରୁ ଅଧିକ ସ୍ଥାନରେ ଚଢାଉ କରାଯାଉଛି । ଲରେନ୍ସ ବିଶ୍ନୋଇ , ନିରଜ ବଭାନା ସମେତ କିଛି ଗ୍ୟାଙ୍ଗ ସହ ଜଡିତ ଲୋକଙ୍କ ଘର ଓ କାର୍ଯ୍ୟାୟଳ ଉପରେ ଚଢାଉ କରାଯାଉଛି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ୧୨ ସେପ୍ଟେମ୍ବରରେ ଏନଆଇଏ ପଞ୍ଜାବ, ହରିୟାଣା, ରାଜସ୍ଥାନ, ଦିଲ୍ଲୀ-ଏନସିଆରରେ ୫୦ରୁ ଅଧିକ ସ୍ଥାନରେ ଚଢାଉ କରିଥିଲା । ଚଳିତ ବର୍ଷ ଅଗଷ୍ଟ ୨୬ରେ ଦିଲ୍ଲୀ ପୋଲିସ ୨ଟି ମାମଲା ରୁଜୁ କରିଥିଲା । ଏହି ମାମଲାରେ ଏନଆଇଏ ଯାଞ୍ଚ ନିଜ ହାତକୁ ନେଇ ଚଢାଉ ଆରମ୍ଭ କରିଥିଲା । ଦେଶ ଓ ବିଦେଶରେ ଥିବା କେତେଜଣ ଗ୍ୟାଙ୍ଗଷ୍ଟର ଦେଶରେ ଆତଙ୍କବାଦୀ ଓ ଆତଙ୍କବାଦୀ ଗତିବିଧି ଚଲାଇଥିବାରୁ ଏମିତି ଗ୍ୟାଙ୍ଗଷ୍ଟରଙ୍କୁ ଚିହ୍ନଟ କରି ମାମଲା ରୁଜୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri