Posted inଜାତୀୟ

ଜମ୍ମୁ-କଶ୍ମୀରର ୬ଟି ସ୍ଥାନରେ ଏନଆଇଏ ରେଡ

ଶ୍ରୀନଗର,୨୬।୬: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ)ସୋମବାର ଘାଟିରେ ପ୍ରାୟ ଅଧା ଡଜନ ସ୍ଥାନରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆତଙ୍କବାଦୀ ଗତିବିଧି ସମ୍ପର୍କିତ ଏକ ମାମଲାର ଯାଞ୍ଚ ଆଧାରରେ ଏହି ଚଢାଉ କରାଯାଇଛି। ସୋମବାର ସକାଳେ ଏଜେନ୍ସିର ଟିମ ସୁରକ୍ଷାକର୍ମୀଙ୍କ ସହ ବାନ୍ଦିପୋରା, କୁଲଗାମ, ପୁଲଓ୍ବାମା ଓ ଶୋପିଆନ ପହଞ୍ଚିଥିଲେ। ଏହି ୪ ଜିଲାର ୬ଟି ସ୍ଥାନରେ ଚଢାଉ କରାଯାଉଛି।

ଏହାପୂର୍ବରୁ ମଙ୍ଗଳବାର ଶ୍ରୀନଗରରେ ଦେଶ ବିରୋଧୀ ତଥା ବିଚ୍ଛିନ୍ନତାବାଦୀ କାର୍ଯ୍ୟକଳାପ ପାଇଁ ସୋସିଆଲ ମିଡିଆର ଅପବ୍ୟବହାର ସଂପର୍କରେ ରାଜ୍ୟ ଅନୁସନ୍ଧାନକାରୀ ସଂସ୍ଥା (ସିଆଇଏ) ଘାଟିର ୪ ଜିଲ୍ଲାର ୬ଟି ସ୍ଥାନରେ ଚଢାଉ କରିଥିଲା। ଯେଉଁ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ସେମାନେ ବିଦେଶୀ ସହଯୋଗୀଙ୍କ ସହ ଘାଟିରେ ଆତଙ୍କବାଦ ଏବଂ ବିଚ୍ଛିନ୍ନତାକୁ ପ୍ରୋତ୍ସାହିତ କରୁଥିବା ସନ୍ଦେହ କରାଯାଉଛି।
ଜଣେ ସିଆଇଏ ଅଧିକାରୀଙ୍କ ଅନୁଯାୟୀ, କୁପୱାରା, ଅନନ୍ତନାଗ, ପୁଲୱାମା ଏବଂ ଶ୍ରୀନଗର ଜିଲ୍ଲାର ୬ଟି ସ୍ଥାନରେ ଏଜେନ୍ସି ସର୍ଚ୍ଚ କରିଥିଲା। ସୋସିଆଲ ମିଡିଆରେ ଘୃଣା ବ୍ୟାପିବା ଏବଂ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବା ପାଇଁ ବିଦେଶୀ ସହଯୋଗୀଙ୍କ ସହ ସହଯୋଗ କରୁଥିବା ଅଭିଯୋଗରେ ଅନୁସନ୍ଧାନକାରୀ ସଂସ୍ଥା ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?