Posted inଜାତୀୟ

ପିଏଫ୍‌ଆଇ ଉପରେ ଏନ୍‌ଆଇଏର ବଡ଼ କାର୍ଯ୍ୟାନୁଷ୍ଠାନ: ୧୫ରାଜ୍ୟରୁ ୧୦୬ ଗିରଫ

ନୂଆଦିଲ୍ଲୀ,୨୨।୯: ଦେଶରେ ଆତଙ୍କବାଦୀଙ୍କୁ ସଫା କରିବା ପାଇଁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ) ଏବଂ ପ୍ରବର୍ତ୍ତନ ନିିର୍ଦ୍ଦେଶାଳୟ (ଇଡି) ଗୁରୁବାର ତାମିଲନାଡୁ ଏବଂ କେରଳ ସମେତ ମୋଟ ୧୫ଟି ରାଜ୍ୟର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୯୩ଟି ସ୍ଥାନରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୧୦୬ ଜଣଙ୍କୁ ଭିନ୍ନ ଭିନ୍ନ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀରେ ଏନ୍‌ଆଇଏ ପିଏଫ୍‌ଆଇର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଏମ୍‌ଏସ୍‌ ସଲାମ ଓ ଦିଲ୍ଲୀ ଅଧ୍ୟକ୍ଷ ପରଭେଜ ଅହମ୍ମଦଙ୍କୁ ଗିରଫ କରିଛି। ତେବେ ଗିରଫ ହୋଇଥିବା ୧୦୬ଜଣଙ୍କ ମଧ୍ୟରୁ ୧୮ଜଣଙ୍କୁ ଏନ୍‌ଆଇଏର ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। କୋର୍ଟ ସେମାନଙ୍କୁ ସେପ୍ଟେମ୍ବର ୨୬ପର୍ଯ୍ୟନ୍ତ ରିମାଣ୍ଡରେ ପଠାଇଛନ୍ତି। ଅନ୍ୟପଟେ ଚଢ଼ାଉ ସମୟରେ ଆପତ୍ତିଜନକ କାଗଜପତ୍ର ମାରଣାସ୍ତ୍ର ଏବଂ ଡିଜିଟାଲ ଉପକରଣ ଜବତ କରାଯାଇଛି। ସୂଚନାଯୋଗ୍ୟ, ପିଏଫ୍‌ଆଇ ଓ ଏହା ସହିତ ଜଡ଼ିତ ଲୋକଙ୍କୁ ପ୍ରଶିକ୍ଷଣ କାର୍ଯ୍ୟକଳାପ, ଆତଙ୍କବାଦୀ ପାଣ୍ଠି ଏବଂ ଲୋକଙ୍କୁ ସଂଗଠନ ସହିତ ଯୋଡିବା ବିରୋଧରେ ଏନ୍‌ଆଇଏର ଏହା ହେଉଛି ସବୁଠାରୁ ବଡ଼ କାର୍ଯ୍ୟାନୁଷ୍ଠାନ। ଏଥିରେ ୨ପ୍ରକାରର ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପ୍ରଥମଟି ହେଉଛି ଯେଉଁମାନେ ପିଏଫ୍‌ଆଇର କାର୍ଯ୍ୟକଳାପରେ ସିଧାସଳଖ ଜଡିତ ଅଛନ୍ତି। ଦ୍ୱିତୀୟରେ ଯେଉଁମାନେ ଏହି ଚଢ଼ାଉ ସମୟରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ତେବେ ଗିରଫ ହୋଇଥିବା ଅଧିକାଂଶ ଲୋକ ଏହି ସଂସ୍ଥାର ଅଧିକାରୀ ରହିଛନ୍ତି ବୋଲି କୁହାଯାଉଛି। ଏହି ଅପରେଶନ୍‌ରେ ଏନ୍‌ଆଇଏର ୩ଶହ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri