Posted inଜାତୀୟ

ରାଜ୍ୟରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୧୪ା୮(ପି.ଟି.) : ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ବିଭେଦ ବଢ଼ାଇ ଦେଶରେ ଅସ୍ଥିରତା ସୃଷ୍ଟି ମାଧ୍ୟମରେ ଶାନ୍ତି ଭଙ୍ଗ କରିବା ପାଇଁ ପିପୁଲ୍ସ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଷଡ଼ଯନ୍ତ୍ର ଚଳାଇଥିବାବେଳେ ଏହାକୁ ଭଣ୍ଡୁର କରିବା ଲାଗି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଉଦ୍ୟମ ଜାରି ରଖିଛି। ରବିବାର ଏନ୍‌ଆଇଏ ୫ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବହୁ ଆପରାଧିକ ସାମଗ୍ରୀ ଜବତ କରିଛି। କେରଳ, ମହାରାଷ୍ଟ୍ର, କର୍ନାଟକ, ପଶ୍ଚିମବଙ୍ଗ ଏବଂ ବିହାରର ୧୪ଟି ସ୍ଥାନରେ ଏକସଙ୍ଗେ ଚଢ଼ାଉ କରାଯାଇଥିଲା। ସେଠାରୁ ଅନେକ ଡିଜିଟାଲ ଉପକରଣ ଏବଂ ଆପରାଧିକ ଦସ୍ତାବିଜ ମିଳିଥିବା ଏନ୍‌ଆଇଏ ମୁଖପାତ୍ର କହିଛନ୍ତି।

କେରଳର କନ୍ନୁର, ମାଲାପୁରମ୍‌, କର୍ନାଟକର ଦକ୍ଷିଣ କନ୍ନଡ, ମହାରାଷ୍ଟ୍ରର ନାଶିକ ଓ କୋଲ୍‌ହପୁର, ପଶ୍ଚିମବଙ୍ଗର ମୁର୍ଶିଦାବାଦ ଏବଂ ବିହାରର କଟିହାରରେ ଚଢ଼ାଉ କରାଯାଇଥିଲା। ଆତଙ୍କବାଦ, ହିଂସା ଓ ଉଦ୍ଦେଶ୍ୟପୂର୍ଣ୍ଣ ଧ୍ୱଂସ ସାଧନ ଜରିଆରେ ୨୦୧୭ ସୁଦ୍ଧା ଭାରତରେ ମୁସଲିମ୍‌ ଖଲିଫା ପ୍ରତିଷ୍ଠା ପାଇଁ ପିଏଫ୍‌ଆଇ ଓ ଏହାର ଶୀର୍ଷ ନେତାମାନେ ଏକ ସଶସ୍ତ୍ର କ୍ୟାଡର ଓ ସେନା ସୃଷ୍ଟି କରିବାକୁ ଉଦ୍ୟମ ଚଳାଇଛନ୍ତି। ପିଏଫ୍‌ଆଇ ଯୁବବର୍ଗଙ୍କୁ ଉଗ୍ରବାଦୀ କରାଇ ସେମାନଙ୍କୁ ଅସ୍ତ୍ରଚାଳନା ତାଲିମ ଦେଇ ଭାରତ ବିରୋଧୀ ହିଂସାରେ ସାମିଲ କରାଉଛି। ଗତବର୍ଷ ଏପ୍ରିଲରେ ଏନ୍‌ଆଇଏ ପିଏଫ୍‌ଆଇ ବିରୋଧରେ ମାମଲା ରୁଜୁ କରିବା ସହ ଏହାର କେତେଜଣ ଶୀର୍ଷ ନେତାଙ୍କୁ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri