Posted inଜାତୀୟ

ଅଲ୍‌ ଉମର ମୁଜାହିଦ୍ଦିନ ମୁଖ୍ୟଙ୍କ ସମ୍ପତ୍ତି ବାଜ୍ୟାପ୍ତ

ଶ୍ରୀନଗର, ୨ା୩: ଅଲ୍‌ ଉମର ମୁଜାହିଦ୍ଦିନ୍‌ ମୁଖ୍ୟ ମୁସ୍ତାକ୍‌ ଜର୍ଗାରଙ୍କ ସମ୍ପତ୍ତିକୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବାଜ୍ୟାପ୍ତ କରିଛି। ୧୯୯୯ରେ ଇଣ୍ଡିଆନ୍‌ ଏୟାରଲାଇନ୍ସ ବିମାନ ଅପହରଣ ଘଟଣାରେ ଯାତ୍ରୀମାନଙ୍କ ମୁଣ୍ଡ ଜାମିନ ବଦଳରେ ଜର୍ଗାରଙ୍କ ଏବଂ ଅନ୍ୟ ଦୁଇଜଣ ଆତଙ୍କବାଦୀଙ୍କୁ ମୁକୁଳାଇ ନିଆଯାଇଥିଲା। ଜର୍ଗାର ଓରଫ ଲତରାମ ୧୯୮୯ରେ ତତ୍କାଳୀନ ସ୍ବରାଷ୍ଟ୍ର ମନ୍ତ୍ରୀ ମୁଫ୍‌ତି ମହମ୍ମଦ ସୟିଦଙ୍କ ଝିଅ ଅପହରଣ ସମେତ ବହୁ ଆତଙ୍କବାଦ ମାମଲାରେ ସମ୍ପୃକ୍ତ। ବିମାନ ଅପହରଣ ମାମଲା ପାକିସ୍ତାନ ମାଟିରୁ ଆତଙ୍କବାଦୀଙ୍କ ସବୁଠୁ ବଡ଼ ଅପରାଧ ବୋଲି ଏନ୍‌ଆଇଏ ମୁଖପାତ୍ର କହିବା ସହ ବେଆଇନ କାର୍ଯ୍ୟକଳାପ (ପ୍ରତିକାର) ଆଇଡ (ୟୁଏପିଏ) ବଳରେ ଜର୍ଗାରଙ୍କର ଶ୍ରୀନଗର ଗନାଇ ମୋହଲ୍ଲାରେ ୫୪୪ ବର୍ଗଫୁଟ୍‌ ଜମିରେ ଥିବା ଘରକୁ ବାଜ୍ୟାପ୍ତ କରାଯାଇଛି। ଏନ୍‌ଆଇଏ ଟିମ୍‌ ସହ ଜିଲା ପ୍ରଶାସନ ଏବଂ ସ୍ଥାନୀୟ ପୋଲିସ ପକ୍ଷରୁ ଗୁରୁବାର ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେ ମୁକ୍ତ ହେବା ପରଠାରୁ ପାକିସ୍ତାନରେ ଥାଇ ଭାରତ ବିରୋଧରେ ଆତଙ୍କବାଦୀ କାର୍ଯ୍ୟ ପରିଚାଳନା କରିବା ସହ କଶ୍ମୀର ଉପତ୍ୟକାରେ ଏହି କାର୍ଯ୍ୟ ପାଇଁ ପାଣ୍ଠି ଯୋଗାଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?