Posted inଜାତୀୟ

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଏକ ମାମଲା ରୁଜୁ କରିଛି। ୨୦୧୬ର ଆଣ୍ଟି-ହାଇଜାକିଂ ଆଇନ ଏବଂ ୧୯୬୭ର ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଆଇନର ପ୍ରାସଙ୍ଗିକ ଧାରା ଅଧୀନରେ ଅକ୍ଟୋବର ୯ ତାରିଖରେ ଏହି ମାମଲା ରୁଜୁ କରାଯାଇଛି

ବିମାନଟି ଦୁବାଇରୁ ତେଲଅଭିଭ ଅଭିମୁଖେ ଯାଉଥିବା ସମୟରେ କକପିଟ ଭିତରେ ସହ-ପାଇଲଟ ସ୍ମିତଙ୍କୁ ଆକ୍ରମଣ କରି ଗୁରୁତର କରିଥିଲେ। ଆହତ ହେବା ସତ୍ତ୍ୱେ ମଚ୍ଛର କକପିଟ କବାଟ ଖୋଲିବାରେ ସଫଳ ହୋଇଥିଲେ, ଫଳରେ ଅନ୍ୟମାନେ ଆକ୍ରମଣକାରୀଙ୍କୁ କାବୁ କରିପାରିଥିଲେ ଏବଂ ଏକ ସମ୍ଭାବ୍ୟ ବିପର୍ଯ୍ୟୟକୁ ଏଡ଼ାଇବାରେ ସାହାଯ୍ୟ କରିଥିଲେ।

ପରେ ବିମାନଟିକୁ ସାଉଦି ଆରବର ତବୁକ୍‌କୁ ଡାଇଭର୍ଟ କରାଯାଇଥିଲା, ଯେଉଁଠାରେ ଆହତ ପାଇଲଟ ଜଣକ ଜରୁରୀକାଳୀନ ଚିକିତ୍ସା ପାଇବା ପରେ ଅଧିକ ଯତ୍ନ ପାଇଁ ଆବୁଧାବିକୁ ସ୍ଥାନାନ୍ତରିତ ହୋଇଥିଲେ। ମଚ୍ଛର ଚିକିତ୍ସା ପରେ ସୁସ୍ଥ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?