ଲଣ୍ଡନରେ ଭାରତୀୟ ହାଇ କମିଶନଙ୍କ ସାମ୍ନାରେ ଭଙ୍ଗାରୁଜା, ଏନଆଇଏ କରିବ ଯାଞ୍ଚ, ପାକ-ଖଲିସ୍ତାନ ଷଡଯନ୍ତ୍ରର କରିବ ଅନୁସନ୍ଧାନ

ଲଣ୍ଡନ/ନୂଆଦିଲ୍ଲୀ,୧୮।୪: ବ୍ରିଟେନର ରାଜଧାନୀ ଲଣ୍ଡନରେ ଭାରତୀୟ ହାଇ କମିଶନଙ୍କ ସାମ୍ନାରେ ହୋଇଥିବା ପ୍ରଦର୍ଶନ ମାମଲାର ଯାଞ୍ଚ ଏବେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଏନଆଇଏ କରିବ। ସୂଚନାଯୋଗ୍ୟ, ପ୍ରଦର୍ଶନ ମାମଲାରେ ପାକିସ୍ତାନ ଓ ଖଲିସ୍ତାନ ସମର୍ଥକ ଜଡିତ ଥିବା ଇନପୁଟ ମିଳିଛି। ଏହାପରେ ଏନଆଇଏ, ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଦ୍ୱାରା ଦାୟର କରାଯାଇଥିବା ମାମଲାକୁ ଟେକଓଭର କରିଛି।

ମିଳିଥିବା ସୂଚନା ଅନୁଯାୟୀ,କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନଆଇଏକୁ ମାମଲା ଦାୟର କରିବାକୁ ଗ୍ରୀନ ସିଗନାଲ ମିଳିଛି। ହେଲେ ଏନଆଇଏ ପକ୍ଷରୁ ଏହି ମାମଲା ସମ୍ପର୍କରେ ଅଫିସିୟାଲି କୌଣସି ସୂଚନା ଦିଆଯାଇନାହିଁ। ସୂଚନାଯୋଗ୍ୟ, ୧୯ ମାର୍ଚ୍ଚରେ ଲଣ୍ଡନରେ ଥିବା ଭାରତୀୟ ହାଇକମିଶନ ବାହାରେ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏହି ସମୟରେ ତ୍ରିରଙ୍ଗାର ବି ଅପମାନ ହୋଇଥିବା ଦେଖାଯାଇଥିଲା। ଏହି ଘଟଣା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଖଲିସ୍ତାନ ଓ ଏହାର ସମର୍ଥକଙ୍କ ବିରୋଧରେ ୨୪ ମାର୍ଚ୍ଚରେ ମାମଲା ଦାୟର କରିଥିଲେ। ମାମଲା ଭାରତୀୟ ଦଣ୍ଡ ସଂହିତା(ଆଇପିଏସ), ୟୁଏପିଏ ଓ ପିଡିପିପି ଆକ୍ଟ ଆଧାରରେ ଦାୟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri