Posted inଜାତୀୟ

ଅଭିଯୁକ୍ତଙ୍କୁ ଦିଲ୍ଲୀ ଆଣିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୩୦ା୬: ରାଜସ୍ଥାନ ଉଦୟପୁରର ଦରଜି କହ୍ନେୟାଲାଲ ତେଲିଙ୍କ ହତ୍ୟା ଅଭିଯୁକ୍ତ ରିଆଜ୍‌ ଅଖତାରୀ ଏବଂ ଗୋସ୍‌ ମହମ୍ମଦଙ୍କୁ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନ୍‌ଆଇଏ) ଦିଲ୍ଲୀ ଆଣିବ। ସେଠାରେ ଅନ୍ୟ ଗୋଷ୍ଠୀ ପକ୍ଷରୁ ଅଭିଯୁକ୍ତଙ୍କ ଉପରେ ଆକ୍ରମଣ ଆଶଙ୍କା ଥିବାରୁ ଉଭୟଙ୍କୁ ଦିଲ୍ଲୀ କୋର୍ଟରେ ହାଜର କରାଯିବ ବୋଲି ଏନ୍‌ଆଇଏ ସ୍ଥିର କରିଛି। ପ୍ରଫେଟ ମହମ୍ମଦଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦୀୟ ହୋଇଥିବା ଭାଜପା ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କ ସପକ୍ଷରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ କେନ୍ଦ୍ର କରି କହ୍ନେୟାଲାଲଙ୍କୁ ହତ୍ୟା କରାଯାଇଛି। ଅଭିଯୁକ୍ତଙ୍କ ପାକିସ୍ତାନ ସହ ଲିଙ୍କ୍‌ ଥିବା ଏବଂ ସେମାନେ ଦାଓ୍ବତ୍‌-ଇ-ଇସ୍‌ଲାମୀ ସଙ୍ଗଠନ ସହିତ ଯୋଗାଯୋଗରେ ଥିବା ଏନ୍‌ଆଇଏ ଜାଣିବାକୁ ପାଇଛି। ତେବେ ପାକିସ୍ତାନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ପାକିସ୍ତାନକୁ ଦୋଷ ଦେଇ ଭାଜପା ସରକାର ନିଜ ଆଭ୍ୟନ୍ତରୀଣ ସମସ୍ୟାକୁ ମୁକୁଳିବାକୁ ଚେଷ୍ଟା କରୁଥିବା ପାକ୍‌ ବହିର୍ବ୍ୟାପାର କାର୍ଯ୍ୟାଳୟ ମୁଖପାତ୍ର ଅସିମ୍‌ ଇଫ୍‌ତିଖର ଅହମଦ୍‌ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଗୁରୁବାର କହ୍ନେୟାଲାଲଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ୫୦ ଲକ୍ଷ ଟଙ୍କାର ଚେକ୍‌ ଅନୁକମ୍ପା ମୂଳକ ରାଶି ଭାବେ ପ୍ରଦାନ କରିଛନ୍ତି। ଏନ୍‌ଆଇଏ ଖୁବ୍‌ଶୀଘ୍ର ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ବୋଲି ଆଶା ଥିବା ଗେହଲଟ୍‌ କହିଛନ୍ତି। ହତ୍ୟାକାରୀଙ୍କୁ ଫାଶୀଦଣ୍ଡ ଦେବା ପାଇଁ କହ୍ନେୟାଲାଲଙ୍କ ପରିବାର ଗେହଲ୍‌ଟଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri