ନାଏଗ୍ରା ଜଳ ପ୍ରପାତ ପାଣି ପାଲଟିଲା ବରଫ…

ଓ୍ବାଶିଂଟନ,୨୯।୧୨ : ଯୁକ୍ତରାଷ୍ଟ୍ରରେ ଶତାବ୍ଦୀର ପ୍ରବଳ ତୁଷାର ଝଡ଼ ଏବଂ ଶୀତ ଲହରୀ ପ୍ରଭାବ ଯୋଗୁଁ ବିଶ୍ୱର ଉଚ୍ଚତମ ନାଏଗ୍ରା ଜଳପ୍ରପାତ ପାଣି ମଧ୍ୟ ବରଫ ପାଲଟି ଯାଇଛି। ନାଏଗ୍ରା ଜଳ ପ୍ରପାତ ପାଣି ଉପରେ ବରଫର ଏକ ଆସ୍ତରଣ ବିସ୍ତାରିତ ହୋଇଛି।

ତୁଷାରପାତ ହୋଇଥିବା ନାଏଗ୍ରା ଜଳ ପ୍ରପାତର ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏଥିରେ ଆଂଶିକ ଫ୍ରିଜ ହୋଇଥିବା ପ୍ରପାତର ଭିଡ଼ିଓ ରହିଛି । ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ଦୁନିଆର ସବୁଠାରୁ ପ୍ରସିଦ୍ଧ ଜଳପ୍ରପାତ ଆଂଶିକ ଫ୍ରିଜ ହୋଇଛି, ତଥାପି ପ୍ରବାହିତ ଜଳ ମଧ୍ୟ ଏହା ସହିତ ଦୃଶ୍ୟମାନ ହେଉଛି, ଏହା ପ୍ରମାଣ କରେ ଯେ ଏହି ଜଳପ୍ରପାତ କେବେବି ସମ୍ପୂର୍ଣ୍ଣ ଫ୍ରିଜ ହୋଇ ନ ଥାଏ ।

ଆମେରିକାର ନ୍ୟୁୟର୍କ ଏବଂ କାନାଡାର ଅନଟାରିଓ ମଧ୍ୟରେ ସୀମାରେ ନାଏଗ୍ରା ଜଳ ପ୍ରପାତ ଅବସ୍ଥିତ। ବରଫ ଝଡ଼ ଯୋଗୁ ନ୍ୟୁୟର୍କ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ନ୍ୟୁୟର୍କରେ ଏପର୍ଯ୍ୟନ୍ତ ୨୮ ଜଣଙ୍କର ମୃତ୍ୟୁ ଘଟିଛି। ତାପମାତ୍ରା ଶୂନରୁ ତଳକୁ ଖସିଯିବାରୁ ନାଏଗ୍ରା ଜଳପ୍ରପାତର ପାଣି ବରଫରେ ପରିଣତ ହୋଇଛି। ଏପରିକି ପ୍ରବଳ ଥଣ୍ଡା ସମୟରେ ପର୍ଯ୍ୟଟକମାନେ ନାଏଗ୍ରାକୁ ଦେଖିବା ପାଇଁ ପହଞ୍ଚୁଛନ୍ତି। ସେମାନେ ସେଠାରୁ ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି।

ଖ୍ରୀଷ୍ଟମାସ ସପ୍ତାହ ଶେଷରେ ପଶ୍ଚିମ ନ୍ୟୁୟର୍କରେ ଏକ ବରଫ ଝଡ଼ ସୃଷ୍ଟି ହୋଇଥିଲା। ଏହାକୁ ଅଧିକାରୀମାନେ ଶତାବ୍ଦୀର ବରଫ ଝଡ଼ ବୋଲି କହିଥିଲେ। ଏହି ଝଡ଼ ଯୋଗୁଁ ଆମେରିକା ଅଧିକ ପ୍ରଭାବିତ ହୋଇଥିଲା। ଦେଶର ଅନେକ ସ୍ଥାନରେ ଲକ୍ଷ ଲକ୍ଷ ଲୋକଙ୍କୁ ଲଗାତାର ବିଦ୍ୟୁତ କାଟ, ବିମାନ ଯାତ୍ରା ଏବଂ ସଡ଼କ ଯାତାୟାତରେ ବ୍ୟାଘାତ ଭଳି ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା। ବରଫ ଝଡ଼ କାରଣରୁ ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri