୧୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୬।୭(ବ୍ୟୁରୋ): ଆଷାଢ଼ ମାସରେ ବର୍ଷାର ଦେଖାନାହିଁ। କେଉଁଠି କେତେବେଳେ ଅସରାଏ ଦି ଅସରା ବର୍ଷା ହେଉଥିଲେ ମଧ୍ୟ ଅଧିକାଂଶ ସମୟରେ ପାଗ ଶୁଖିଲା ରହୁଛି। ରାଜ୍ୟର ଅଧା ଜିଲା ଏବେ ଅନାବୃଷ୍ଟି ସଙ୍କଟ ଦେଇ ଗତି କରୁଛି। ଧାନବୁଣା ହୋଇଥିଲେ ମଧ୍ୟ ଚାଷ କାମ ଆଗେଇ ପାରୁ ନାହିଁ। ମାଟି ଫାଟି ଆଁ କଲାଣି। ଚାଷୀମାନେ ବର୍ଷାକୁ ଅନାଇ ରହିଛନ୍ତି। ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ଜୁଲାଇ ୫ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକଠାରୁ ୧୭ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୨୬୫.୪ ମିଲିମିଟର ବର୍ଷା ହେବା ଜାଗାରେ ୨୨୦.୪ ମିଲିମିଟର ହୋଇଛି। ରାଜ୍ୟର ୧୩ ଜିଲାରେ ବର୍ଷା ଅଭାବ ଯୋଗୁ ଭୟଙ୍କର ଅବସ୍ଥା ସୃଷ୍ଟି ହୋଇଛି। ୧୭ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା କେବଳ ନୂଆପଡ଼ା ଜିଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ଅନୁଗୋଳ ଜିଲାରେ ୩୧ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୩୦, ବୌଦ୍ଧ ୩୩, ଭଦ୍ରକ ୫୪, ଦେବଗଡ଼ ୨୭, ଗଜପତି ୪୮, ଗଞ୍ଜାମ ୩୯, ଯାଜପୁର ୪୪, କନ୍ଧମାଳ ୨୪, ମୟୂରଭଞ୍ଜ ୩୦, ନବରଙ୍ଗପୁର ୨୧, ରାୟଗଡ଼ା ୨୩ ଏବଂ ସମ୍ବଲପୁରରେ ୨୧ ପ୍ରତିଶତ ସବୁଠାରୁ କମ୍‌ ବର୍ଷା ହୋଇଛି। କେବଳ ନୂଆପଡ଼ାରେ ଜୁନ୍‌ ୧ରୁ ଜୁଲାଇ ୫ ତାରିଖ ମଧ୍ୟରେ ସ୍ବାଭାବିକ ଭାବେ ୨୨୯.୫ ପ୍ରତିଶତ ବର୍ଷା ହେବାକୁ ଥିବା ବେଳେ ହୋଇଛି ୨୮୬.୧ ପ୍ରତିଶତ।
ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କିଛି ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରୁଛି। ତେବେ ଏହି ଲଘୁଚାପର ସେତେଟା ପ୍ରଭାବ ରହିବ ନାହିଁ । ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଜିଲାରେ କିଛି ମାତ୍ରାରେ ବର୍ଷା ହେଲେ ମଧ୍ୟ ରାଜ୍ୟର ଅନ୍ୟ ସ୍ଥାନରେ ବର୍ଷାର ସେତେଟା ପ୍ରଭାବ ରହିବ ନାହିଁ। ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ରହୁଥିବାରୁ ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂଭରଞ୍ଜ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଅନୁଗୋଳରେ ୨୬.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୧୩.୩, ସମ୍ବଲପୁର ୧୪.୪, ବଲାଙ୍ଗୀର ୨୯, କୋରାପୁଟ ୨୭, ଟିଟିଲାଗଡ଼ ୭୫.୬ ଏବଂ ଫୁଲବାଣୀରେ ୩୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri