ନିଆରା ନୂଆଁଖାଇ: ୧୮୦ ପରିବାରର ୮୦୦ ସଦସ୍ୟ ସାମିଲ

ରେଙ୍ଗାଲି,୩ା୯(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ଏକ ନିଆରା ଉଦାହରଣ ସୃଷ୍ଟି କରିଛି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକର ଗୋଲାମାଲ ଗ୍ରାମ। ଏହି ପର୍ବରେ ପଶ୍ଚିମ ଓଡ଼ିଶାର ଘରେ ଘରେ ପରିବାର ସହିତ ନୂଆଁ ଖାଇବାର ପରମ୍ପରା ରହିଛି। ହେଲେ ଗୋଲାମାଲ ଗାଁର ଗୋଟିଏ ଜାଗାରେ ସମସ୍ତେ ନୂଆଁଖାଇ ପାଳନ କରି ଗୋଟିଏ ପରିବାର ବୋଲି ପ୍ରମାଣିତ କରିଛନ୍ତି। ଜାତି, ବର୍ଣ୍ଣ, ଧର୍ମ ନିର୍ବିଶେଷରେ ସମସ୍ତେ ଏକ ହୋଇଛନ୍ତି। ସବୁ ମତଭେଦକୁ ଭୁଲି ଗୋଟିଏ ଜାଗାରେ ୧୮୦ ପରିବାରର ୮୦୦ ସଦସ୍ୟ ନବାନ୍ନ ଗ୍ରହଣ କରିଛନ୍ତି। ଗୁରୁବାର ମଧ୍ୟାହ୍ନରେ ଗାଁ ସମଲେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ସମସ୍ତେ ଏକାଠି ହୋଇ ନବାନ୍ନ ଗ୍ରହଣ କରିବାର ଦୃଶ୍ୟ ନିଆରା ଥିଲା। ଧାର୍ଯ୍ୟ ସମୟରେ ଘରେ ନିଜର ଇଷ୍ଟଦେବୀଙ୍କୁ ପୂଜା କରିସାରିବା ପରେ ସମଲେଶ୍ବରୀ ମନ୍ଦିରରେ ସମସ୍ତେ ନବାନ୍ନ ପୂଜା କରିବା ପରେ ଗାଁର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ନବାନ୍ନ ଦେଇଥିଲେ। ନବାନ୍ନ ଖାଇ ଗ୍ରାମବାସୀ ପରସ୍ପରକୁ ନୂଆଁଖାଇ ଜୁହାର ଜଣାଇଥିଲେ। ଗାଁର ଝିଅବୋହୂ ଏକାଠି ହୋଇ ପିଠାପଣା ତିଆରି କରିବା ସହ ଭାତ, ଡାଲି, ତରକାରି, ଖିରି ରୋଷେଇ କରିଥିଲେ। ଏହି ଅବସରରେ ଗାଁର ବୟୋଜ୍ୟେଷ୍ଠ ଷୋକିଲାଲ ସାହୁ, ରଞ୍ଜିତ ସାହୁ, ସଚିତା ବିଶ୍ୱାଳ, ରୂପିନ୍ଦ୍ର ସାହୁ, ସନ୍ତୋଷ ବିଶ୍ୱାଳ, ଦୀନବନ୍ଧୁ ବାରିକଙ୍କୁ ଉପଢୌକନ ଓ ମାନପତ୍ର ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri