Posted inଖେଳ

ଟି୨୦ ବିଶ୍ୱକପ୍‌ରେ ପ୍ରଦର୍ଶନକୁ ନେଇ ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ରେ ଝଡ଼: ଅଧିନାୟକ ପଦ ଛାଡ଼ିଲେ ପୁରାନ୍‌

ନୂଆଦିଲ୍ଲୀ,୨୨।୧୧: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ଦଳର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ଦଳ ସୁପର-୧୨ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଥିଲା। ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ଲାଗି ଓ୍ବେଷ୍ଟଇଣ୍ଡଜ୍‌ର ଏଭଳି ବିଫଳତାକୁ ନେଇ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ଏହାର ପରିଣାମ ସ୍ବରୂପ ନିକୋଲାସ ପୁରାନ୍‌ ସୀମିତ ଓଭର ଦଳର ଅଧିନାୟକ ପଦ ଛାଡ଼ିଛନ୍ତି।

ପୁରାନ୍‌ଙ୍କୁ କିରୋନ ପୋଲାର୍ଡଙ୍କ ସ୍ଥାନରେ ସୀମିତ ଓଭର ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର ଅଧିନାୟକ ଭାବେ ନିଯୁକ୍ତ କରାଯାଇଥିଲା। ମାତ୍ର ୬ ମାସ ତଳେ ସେ ଏହି ଦାୟିତ୍ୱ ନେଇଥିଲେ। ମାତ୍ର ବିଶ୍ୱକପ୍‌ ପ୍ରଦର୍ଶନକୁ ନେଇ ସେ ଏହି ଦାୟିତ୍ୱ ଛାଡ଼ିଛନ୍ତି। ଇନ୍‌ଷ୍ଟାଗ୍ରାମରେ ସେ ଏଥିଲାଗି ଲମ୍ବା ପୋଷ୍ଟ ଲେଖିଛନ୍ତି।

ପୁରାନ କହିଛନ୍ତି, ଟି୨୦ ବିଶ୍ୱକପ୍‌ରେ ନିରାଶା ପରେ ମୁଁ ଅଧିନାୟକତ୍ୱ ବିଷୟରେ ବହୁତ କିଛି ଭାବିଲି। ମୁଁ ବହୁତ ଗର୍ବ ଏବଂ ସମର୍ପଣ ଭାବ ସହ ଏହି ଭୂମିକା ତୁଲାଇଥିଲି। ହେଲେ ଅଧିନାୟକ ପଦ ଛାଡ଼ିବା ଦଳ ପାଇଁ ସଠିକ୍‌ ନିଷ୍ପତ୍ତି। ଏହାଦ୍ୱାରା ତାଙ୍କୁ ପରବର୍ତ୍ତୀ ଆଇସିସି ଟୁର୍ନାମେଣ୍ଟ ଲାଗି ପ୍ରସ୍ତୁତ ହେବାକୁ ପର୍ଯ୍ୟାପ୍ତ ସମୟ ମିଳିବ ବୋଲି ପୁରାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri