ଉଦ୍‌ଘାଟିତ ହେଲା ନିଦାନ ସେବା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା, ମାଗଣାରେ ହେବ…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲ ପରିସରରେ ଶୁକ୍ରବାର ଅପରାହ୍ନରେ ‘ନିଦାନ କେନ୍ଦ୍ର (ସେବା) ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, ଏହି ନିଦାନ କେନ୍ଦ୍ରରେ ମାଗଣାରେ ୩୨ରୁ ଅଧିକ ପ୍ରକାରର ବିଭିନ୍ନ ରକ୍ତ ଓ ପାଥୋଲୋଜିକାଲ ପରୀକ୍ଷା କରାଯାଇ ରିପୋର୍ଟ ପ୍ରଦାନ କରାଯିବ । ପୂର୍ବରୁ କେବଳ ଏଲୋପ୍ୟାଥି ହସ୍ପିଟାଲଗୁଡିକରେ ନିଦାନ ସେବା କାର୍ଯ୍ୟକାରୀ କରାଯାଉଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ରାଜ୍ୟର ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଗୁଡିକରେ ନିଦାନ ସେବାକୁ ଏବେ ମାଗଣାରେ ଆୟୁର୍ବେଦିକ ହସ୍ପିଟାଲରୁ କାର୍ଯ୍ୟକାରୀ କରାଯାଇଛି। ଲୋକମାନେ ମଧ୍ୟ ରକ୍ତ ଏବଂ ଗୁରୁତ୍ୱପୂର୍ଣ୍ଣ ପାଥୋଲିଜିକାଲ
ରିପୋର୍ଟ ପାଇପାରିବେ। ଏହାଦାରା ଚିକିତ୍ସା ସେବା ଆହୁରି ପ୍ରଭାବଶାଳୀ ହେବ। ସରକାର ସବୁବେଳେ ସମସ୍ତ ଡାକ୍ତର, ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଉନ୍ନତି କଥା ଚିନ୍ତା କରୁଛନ୍ତି। ସେମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ତେବେ ସେମାନେ ହେଳା ନ କରି ଲୋକଙ୍କୁ ସେବା ଯୋଗାଇବା ଦିଗରେ ଗୁରୁତ୍ୱ ଦିଅନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଆସନ୍ତା ଫେବୃୟାରୀ ପ୍ରଥମ ସପ୍ତାହରେ ଏହି କଲେଜର ସୁବର୍ଣ୍ଣ ଜୟନ୍ତୀ ପାଇଁ ଆଲୁମିନି ଆସୋସିଏଶନ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରିତ କରିଥିବାରୁ ସେ ଦିଗରେ ଆଲୁମିନି ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସରକାରୀ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ପ୍ରଫେସର ଡା. ମନୋଜ କୁମାର ସାହୁ, ତା. ସୀମାଦ୍ରୀ ଭୂଷଣ ନାୟକ, ପ୍ରଫେସର ସରିତା ମହନ୍ତ, ପ୍ରଫେସର ଶିବବ୍ରତ ବେହେରା, ଡା. ବୁଦ୍ଧଦେବ ମିଶ୍ର, ତା. ଅମ୍ବୁଜ କୁମାର ବିଶ୍ୱାଳ, ଆଲୁମ୍ନି ଆସୋସିଏଶନ ସଭାପତି ଡା. ବାସୁଦେବ ପତି, ଡା. ବିପିନ ବିହାରୀ ମିଶ୍ର, ଭାଜପା ନେତା ଗୋପାଲଜୀ ପାଣିଗ୍ରାହୀ, କଲେଜର ପିଢି ଏବଂ ସ୍ନାତକ ଶ୍ରେଣୀ ଡାକ୍ତରୀ ଛାତ୍ରୀଛାତ୍ର, ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri