ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ପରେ ସେୟାର ବଜାରରେ ଉତ୍ସାହ, 6 ଲକ୍ଷ କୋଟି ଲାଭ କଲେ ନିବେଶକ

ନୂଆଦିଲ୍ଲୀ, ୪।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ତିନି ରାଜ୍ୟର ବିଧାନସଭା ନିର୍ବାଚନ ଜିତିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି। ସୋମବାର ସେନସେକ୍ସ ୧୪୦୦ ପଏଣ୍ଟ ଏବଂ ନିଫ୍ଟି ୪୩୦ ପଏଣ୍ଟ ବୃଦ୍ଧି ସହିତ ବଜାର ବନ୍ଦ ହୋଇଥିଲା। ସୋମବାର କାରବାର ଆରମ୍ଭରୁ ବ୍ୟାଙ୍କ ଏବଂ ସରକାରୀ କମ୍ପାନୀ ଗୁଡ଼ିକର ସେୟାର ବୃଦ୍ଧି ପରିଲକ୍ଷିତ ହୋଇଥିଲା। ଫଳରେ ନିବେଶକ ମାନଙ୍କ ସମ୍ପତ୍ତି ମାତ୍ର ଗୋଟିଏ କ୍ଷେତ୍ରରେ ୬ ଲକ୍ଷ କୋଟି ଟଙ୍କା ବୃଦ୍ଧି ରେକର୍ଡ ହୋଇଥିଲା।

କାରବାର ଶେଷ ବେଳକୁ ସେନସେକ୍ସ ୧୩୮୪ ପଏଣ୍ଟ ବୃଦ୍ଧି ପାଇ ୬୮,୮୬୫ ପଏଣ୍ଟରେ ପହଞ୍ଚିଥିବା ବେଳେ ନିଫ୍ଟି ୪୧୯ ପଏଣ୍ଟ ବୃଦ୍ଧି ପାଇଁ ୨୦୬୬ ପଏଣ୍ଟରେ ପହଞ୍ଚିଥିଲା। ସୋମବାର କାରବାର ସମୟରେ ନିଫ୍ଟି ରେକର୍ଡ ଉଚ୍ଚ ସ୍ତରରେ ପହଞ୍ଚିଥିଲା। ଏହି ସମୟରେ ବ୍ୟାଙ୍କ ନିଫ୍ଟି ୧୬୬୮ ପଏଣ୍ଟ ବୃଦ୍ଧି ପାଇଁ ୪୬,୪୮୪ ପଏଣ୍ଟରେ ପହଞ୍ଚିଥିଲା। ନିଫ୍ଟି ସ୍ମଲ କ୍ୟାପ ଏବଂ ମିଡ କ୍ୟାପ ଏହାର ସର୍ବକାଳୀନ ଉଚରେ ପହଞ୍ଚିଥିଲା।

ସେହିପରି ସେୟାର ବଜାରରେ ଜବରଦସ୍ତ ଉତ୍ସାହ ସହିତ ବିଏସଇରେ ତାଲିକାଭୁକ୍ତ କମ୍ପାନୀର ମାର୍କେଟ କ୍ୟାପିଟାଲାଇଜେସନ ଐତିହାସିକ ଉଚ୍ଚରେ ବନ୍ଦ ହୋଇଥିଲା। ମାର୍କେଟ କ୍ୟାପ ୩୪୩.୪୫ କୋଟି ହୋଇଛି। ଯାହା ଗତ କାରବାର ଦିନରେ ୩୩୭.୫୩ କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri