ନାଇଜରରେ ଖାଦ୍ୟଭାବ,ଭୋକରେ ୧୦ଲକ୍ଷ ଲୋକ

ନାଇରୋବି,୧୬।୯: କ୍ଷମତାସୀନ ସରକାରଙ୍କୁ ହଟାଇ ସେନା ନାଇଜରକୁ ଦଖଲ କରି ସାରିଛି। ନାଇଜରରେ ଏବେ ସାମରିକ ଶାସନ ଚାଲିଛି। ହେଲେ ଦେଶରେ ଏବେ ଖାଦ୍ୟ ଶସ୍ୟ ସରିଯିବା ଯୋଗୁ ଖାଦ୍ୟ ସମସ୍ୟା ଦେଖାଯାଇଛି। ଡାଲି, ଚାଉଳ ଠାରୁ ଆରମ୍ଭ କରି ରନ୍ଧନ ତେଲ ପର୍ଯ୍ୟନ୍ତ ସବୁ କିଛିର ଅଭାବ ଦେଖାଦେଇଛି। ନାଇଜରରେ ସେନା କ୍ଷମତାକୁ ଆସିବା ପରେ ପଶ୍ଚିମ ଆଫ୍ରିକୀୟ ଦେଶମାନେ ଆର୍ଥିକ କାରବାରକୁ ବନ୍ଦ କରିଦେଇଛନ୍ତି। ଏହି ପ୍ରତିବନ୍ଧକ ଏବଂ ଅନ୍ୟ ଦେଶ ସହ ବଢୁଥିବା ତିକ୍ତତା ନାଇଜରର ଅର୍ଥନୀତିକୁ ଅଡୁଆରେ ପକାଉଛି। ଖାଦ୍ୟଶସ୍ୟର ମୂଲ୍ୟ ବୃଦ୍ଧି ପାଉଛି। ଦେଶରେ ଜରୁରୀକାଳୀନ ଔଷଧର ମଧ୍ୟ ଅଭାବ ଦେଖାଦେଇଛି।

ଦୁନିଆର ସବୁଠାରୁ ଗରିବ ଦେଶ ନାଇଜର ପାଇଁ ସାମରିକ ବିବାଦ ବର୍ତ୍ତମାନ ଦେଶକୁ ବିପର୍ଯ୍ୟସ୍ତ କରିଦେଇଛି। ବିଶ୍ୱରେ ଦ୍ରୁତ ଗତିରେ ବଢୁଥିବା ଜନସଂଖ୍ୟା ମଧ୍ୟରେ ନାଇଜର ମଧ୍ୟ ରହିଛି। ରାଷ୍ଟ୍ରପତି ମହମଦ ବଜୌମ କାର୍ଯ୍ୟକାଳ ମଧ୍ୟରେ ନାଇଜରର ଅର୍ଥନୀତି ୧୨ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଥିଲା। ବର୍ତ୍ତମାନ ସାମରିକ ଦଖଲ ପରେ ଅର୍ଥନୀତି ବିପର୍ଯ୍ୟସ୍ତ ହୋଇଯାଇଛି। ପ୍ରତିବନ୍ଧକ ଯୋଗୁଁ, ନାଇଜରକୁ ଯିବାକୁ ଥିବା ଶସ୍ୟ ସାମଗ୍ରୀ ସୀମାନ୍ତ ଅଞ୍ଚଳରେ ଅଟକି ରହିଛି।
ନାଇଜର ସୀମାରେ ୭ହଜାର ଟନରୁ ଅଧିକ ଶସ୍ୟ ଅଟକି ରହିଛି। ଯଦି ସୀମାରେ ପ୍ରତିବନ୍ଧକ ନ ହଟେ ତେବେ ୧୦ ଲକ୍ଷ ଲୋକ ଖାଦ୍ୟ ଅଭାବରୁ ମୃତ୍ୟୁବରଣ କରିପାରନ୍ତି ବୋଲି ଆଶଙ୍କା କରାଯାଉଛି। ଦେଶରେ ଏହି ସମୟରେ ଡ୍ରଗ୍ସର ଚୋରା କାରବାର ମଧ୍ୟ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri