ଶୁଖିଲା ଭାତ ଖାଇ ନିଜ ଜୀବନ ବିତାଉଛନ୍ତି ନାଇଜର ରାଷ୍ଟ୍ରପତି: ଚିନ୍ତା ବ୍ୟକ୍ତ କଲା ଜାତିସଂଘ…

ଜେନେଭା,୧୦।୮ : କ୍ଷମତାଚ୍ୟୁତ ହୋଇଥିବା ନାଇଜର ରାଷ୍ଟ୍ରପତିଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ସେ କେବଳ ଭାତ ଖାଇ ଜୀବନ ବିତାଉଛନ୍ତି। ଏହାକୁ ନେଇ ଜାତିସଂଘ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଉଦବେଗ ପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯଦି ଏକ ଦେଶର ରାଷ୍ଟ୍ରପତିଙ୍କୁ ଶୁଖିଲା ଭାତ ଖାଇ ବଞ୍ଚିବାକୁ ପଡିବ, ତେବେ କଳ୍ପନା କରନ୍ତୁ ସେହି ଦେଶର ଅବସ୍ଥା କ’ଣ ହେବ? କିଛି ଦିନ ପୂର୍ବରୁ ନାଇଜରରେ ହୋଇଥିବା କ୍ଷମତା ଦଖଲ ପରେ ସାମରିକ ଜୁଣ୍ଟା ରାଷ୍ଟ୍ରପତି ମହମ୍ମଦ ବାଜୁମଙ୍କ ସରକାରକୁ ହଟାଇ ଦେଇଥିଲା। ଏଥି ସହ ରାଷ୍ଟ୍ରପତି ମହମ୍ମଦ ବାଜୁମଙ୍କ ତାଙ୍କ ଘରେ ନଜରବନ୍ଦ କରାଯାଇଥିଲା।

ରିପୋର୍ଟ ଅନୁଯାୟୀ, ନାଇଜର ରାଷ୍ଟ୍ରପତି ତାଙ୍କ ବନ୍ଧୁଙ୍କ ସହ ଫୋନ ମାଧ୍ୟମରେ କଥାବାର୍ତ୍ତା କରୁଥିବା ସମୟରେ ତାଙ୍କ ଯନ୍ତ୍ରଣାକୁ କହିଥିଲେ। ତାଙ୍କୁ ଭଲ ଖାଦ୍ୟ ଏବଂ ଔଷଧ ଦିଆଯାଉ ନାହିଁ ବୋଲି ରାଷ୍ଟ୍ରପତି କହିଛନ୍ତି। ସେମାନେ ଏକ ସପ୍ତାହ ଧରି ବିଦ୍ୟୁତ ବିନା ଜୀବନ ବିତାଉଛନ୍ତି। ସେ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ସେ କେବଳ ଚାଉଳ ଏବଂ ପାସ୍ତା ଖାଇ ଜୀବନ ବଞ୍ଚିବାକୁ ବାଧ୍ୟ ହେଉଛନ୍ତି।

ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ନାଇଜରର ରାଷ୍ଟ୍ରପତି ମହମ୍ମଦ ବାଜୁମ ଏବଂ ତାଙ୍କ ପରିବାରର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ବୋଲି ଜାତିସଂଘ ମୁଖପାତ୍ର ଏକ ବିବୃତ୍ତିରେ କହିଛନ୍ତି। ଆଣ୍ଟୋନିଓ ଗୁଟେରସ କହିଛନ୍ତି ବାଜୁମ ଏବଂ ତାଙ୍କ ପରିବାରକୁ ତୁରନ୍ତ ବିନା ସର୍ତ୍ତରେ ମୁକ୍ତ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri