Posted inଖେଳ

ଆମେରିକାକୁ ହରାଇ ସେମିରେ ନାଇଜେରିଆ

ଭୁବନେଶ୍ୱର, ୨୨ା୧୦(କ୍ରୀଡ଼ା ପ୍ରତିନିଧି): ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପରେ ଶୁକ୍ରବାର ବଡ଼ ବିପର୍ଯ୍ୟୟ ଘଟାଇଛି ନାଇଜେରିଆ। ବିଶ୍ୱର ନମ୍ବରଓ୍ବାନ ଦଳ ଆମେରିକାକୁ ପେନାଲ୍ଟି ଶୁଟ୍‌ଆଉଟ ୪-୩ ଗୋଲରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଏହି ଆଫ୍ରିକୀୟ ଦଳ। ପୂର୍ବରୁ ୩ଥର ୨୦୧୦, ୨୦୧୨ ଓ ୨୦୧୪ରେ କ୍ୱାର୍ଟର ଫାଇନାଲ ପର୍ଯ୍ୟାୟରୁ ବିଦାୟ ନେଇଥିବା ନାଇଜେରିଆ ପ୍ରଥମଥରପାଇଁ ଏହି ମେଗା ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଆମେରିକା-ନାଇଜେରିଆ ମ୍ୟାଚ ନିର୍ଦ୍ଧାରିତ ସମୟରେ ୧-୧ ଗୋଲରେ ଡ୍ର ରହିଥିଲା। ମ୍ୟାଚର ୨୨ତମ ମିନିଟରେ ପେନାଲ୍ଟି ଏରିଆରେ ଆମେରିକାର ରିଲେ ଜ୍ୟାକସନ ଫାଉଲ୍‌ କରିବାରୁ ନାଇଜେରିଆକୁ ପେନାଲ୍ଟି ମିଳିଥିଲା। ରେଫରିଙ୍କ ନଜରକୁ ଏହା ଆସି ନ ଥିବାରୁ ନାଇଜେରିଆ ଭିଏଆର (ଭିଡିଓ ଆସିଷ୍ଟାଣ୍ଟ ରେଫରି) ନେଇ ସଫଳ ହୋଇଥିଲା। ୨୬ତମ ମିନିଟରେ ଓମାମୁଜୋ ଏଡାଫେ ଗୋଲ ଦେଇ ନାଇଜେରିଆକୁ ୧-୦ ଗୋଲରେ ଅଗ୍ରଣୀ କରାଇଥିଲେ। ୪୦ତମ ମିନିଟରେ ଆମେରିକାର ଆମାଲିଆ ଭିଲାରିଲ ଗୋଲଟିକୁ ପରିଶୋଧ କରି ଦେଇଥିଲେ। ନିର୍ଦ୍ଧାରିତ ୯୦ ମିନିଟ ଏବଂ ଇଞ୍ଜୁରି ଟାଇମ୍‌ ଅତିରିକ୍ତ ୮ ମିନିଟରେ ଆଉ ଗୋଲ ହୋଇ ନ ଥିଲା। ଫଳାଫଳ ନିର୍ଣ୍ଣୟ ପାଇଁ ପେନାଲ୍ଟି ଶୁଟ୍‌ ଆଉଟର ସହାୟତା ନିଆ ଯାଇଥିଲା। ଏହି ପର୍ଯ୍ୟାୟରେ ଆମେରିକା ପକ୍ଷରୁ ଇମେରି ଆଡାମ୍ସ, ଟେଲର ସୁଆରେଜ, ମିଆ ଭୁତା ଏବଂ ନାଇଜେରିଆର ଇଡିଡଙ୍ଗ ଇଟିମ, ଇଡେଟ ଓଫିଅଙ୍ଗ, ମିରାକଲ ଉସାନି ଓ ଓମାମୁଜୋ ଇଡାଫେ ଗୋଲ ସ୍କୋର କରିଥିଲେ।
ବ୍ରାଜିଲ-ଜର୍ମାନୀ ମ୍ୟାଚରେ ମଧ୍ୟ କଡ଼ା ଟକ୍କର ହୋଇଥିଲା। ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଜର୍ମାନୀ ୧-୦ ଗୋଲରେ ଅଗ୍ରଣୀ ରହିଥିଲା। ଦଳ ପକ୍ଷରୁ ମାରି ଷ୍ଟେନର ୨୩ତମ ମିନିଟରେ ଗୋଲ କରିଥିଲେ। ବ୍ରାଜିଲ ୬ଷ୍ଠ ଓ ଜର୍ମାନୀ ୭ମ ଥରପାଇଁ ବିଶ୍ୱକପ ଖେଳିଥିଲା। ୨୦୦୮ରେ ଜର୍ମାନୀ ୩ୟ ସ୍ଥାନ ଅଧିକାର କରି ଶ୍ରେଷ୍ଠ ସଫଳତା ପାଇଥିଲା। ବ୍ରାଜିଲ ୨୦୧୦ ଓ ୨୦୧୨ରେ କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?