ନାଇଜେରିଆନ ଗ୍ୟାଙ୍ଗ୍‌ ସଦସ୍ୟ ଗିରଫ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍‌ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ ତାଙ୍କୁ ୮ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି। ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌)ର ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୫ଜଣ ସମ୍ପର୍କୀୟଙ୍କଠାରୁ ୭ଲକ୍ଷ ଟଙ୍କା ଠକେଇ ଘଟଣାରେ ପାଶ୍ଚାଲଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ତାଙ୍କୁ ପଚରାଉଚରା ପାଇଁ ଓଡ଼ିଶା କ୍ରାଇମବ୍ରାଞ୍ଚର ୨ଜଣ ଟିମ୍‌ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚତ୍ଥିବା ସୂଚନା ମିଳିଛି।
ଗ୍ୟାଙ୍ଗ୍‌ର ମାଷ୍ଟରମାଇଣ୍ଡ୍‌ ଚିମେଲିନ୍‌ ଇମାନୁଏଲ୍‌ ଆନିଏତାଲଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା। ଉକୁଦିରି ତାଙ୍କ ସହଯୋଗୀ ବୋଲି କୁହାଯାଉଛି। ଏନେଇ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି, ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ଓକାକ୍‌ ସିଇଓଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ ଘଟଣାରେ ସମ୍ପୃକ୍ତ ଅଛନ୍ତି ବୋଲି ସନ୍ଦେହ କରାଯାଉଛି। ସେଥିପାଇଁ ଏକ ୨ଜଣିଆ ଟିମ୍‌କୁ ଦିଲ୍ଲୀ ପଠାଯାଇଛି। ଉକ୍ତ ଟିମ୍‌ ଏନେଇ ସୂଚନା ଦେଲେ ଗଣମାଧ୍ୟମକୁ ସବିଶେଷ ତଥ୍ୟ ପ୍ରଦାନ କରାଯିବ ବୋଲି ପଣ୍ଡା କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୦ତାରିଖରେ ଏକ ଅଜଣା ନମ୍ବରରୁ ମନୋଜଙ୍କ ଫୋନ୍‌କୁ ଏକ କଲ୍‌ ଆସିଥିଲା। ହେଲେ ୩୦ ସେକେଣ୍ଡ ଧରି କେହି କିଛି ନ କହିବାରୁ ସେ ଉକ୍ତ କଲ୍‌କୁ କାଟି ଦେଇଥିଲେ। ପରେ ମନୋଜଙ୍କ ୫ଜଣ ସମ୍ପର୍କୀୟଙ୍କୁ ଫୋନ୍‌ କରି ଟଙ୍କା ମାଗି ନେଇଥିଲେ। ତଦନ୍ତ ସମୟରେ ହ୍ବାଟ୍ସଆପ୍‌ ହ୍ୟାକ୍‌ କରାଯାଇଥିବା ଜାଣିବାକୁ ମିଳିଥିଲା। ଏନେଇ ଶହୀଦନଗର ଥାନାରେ ଅଭିଯୋଗ ହୋଇଥିଲା। କ୍ରାଇମ୍‌ବ୍ରାଞ୍ଚ ନିଜ ଆଡୁ ମାମଲା (ନଂ.୨୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri