ନାଇଜେରିଆନ ଗ୍ୟାଙ୍ଗ୍‌ ସଦସ୍ୟ ଗିରଫ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍‌ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ ତାଙ୍କୁ ୮ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି। ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌)ର ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୫ଜଣ ସମ୍ପର୍କୀୟଙ୍କଠାରୁ ୭ଲକ୍ଷ ଟଙ୍କା ଠକେଇ ଘଟଣାରେ ପାଶ୍ଚାଲଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ତାଙ୍କୁ ପଚରାଉଚରା ପାଇଁ ଓଡ଼ିଶା କ୍ରାଇମବ୍ରାଞ୍ଚର ୨ଜଣ ଟିମ୍‌ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚତ୍ଥିବା ସୂଚନା ମିଳିଛି।
ଗ୍ୟାଙ୍ଗ୍‌ର ମାଷ୍ଟରମାଇଣ୍ଡ୍‌ ଚିମେଲିନ୍‌ ଇମାନୁଏଲ୍‌ ଆନିଏତାଲଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା। ଉକୁଦିରି ତାଙ୍କ ସହଯୋଗୀ ବୋଲି କୁହାଯାଉଛି। ଏନେଇ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି, ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ଓକାକ୍‌ ସିଇଓଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ ଘଟଣାରେ ସମ୍ପୃକ୍ତ ଅଛନ୍ତି ବୋଲି ସନ୍ଦେହ କରାଯାଉଛି। ସେଥିପାଇଁ ଏକ ୨ଜଣିଆ ଟିମ୍‌କୁ ଦିଲ୍ଲୀ ପଠାଯାଇଛି। ଉକ୍ତ ଟିମ୍‌ ଏନେଇ ସୂଚନା ଦେଲେ ଗଣମାଧ୍ୟମକୁ ସବିଶେଷ ତଥ୍ୟ ପ୍ରଦାନ କରାଯିବ ବୋଲି ପଣ୍ଡା କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୦ତାରିଖରେ ଏକ ଅଜଣା ନମ୍ବରରୁ ମନୋଜଙ୍କ ଫୋନ୍‌କୁ ଏକ କଲ୍‌ ଆସିଥିଲା। ହେଲେ ୩୦ ସେକେଣ୍ଡ ଧରି କେହି କିଛି ନ କହିବାରୁ ସେ ଉକ୍ତ କଲ୍‌କୁ କାଟି ଦେଇଥିଲେ। ପରେ ମନୋଜଙ୍କ ୫ଜଣ ସମ୍ପର୍କୀୟଙ୍କୁ ଫୋନ୍‌ କରି ଟଙ୍କା ମାଗି ନେଇଥିଲେ। ତଦନ୍ତ ସମୟରେ ହ୍ବାଟ୍ସଆପ୍‌ ହ୍ୟାକ୍‌ କରାଯାଇଥିବା ଜାଣିବାକୁ ମିଳିଥିଲା। ଏନେଇ ଶହୀଦନଗର ଥାନାରେ ଅଭିଯୋଗ ହୋଇଥିଲା। କ୍ରାଇମ୍‌ବ୍ରାଞ୍ଚ ନିଜ ଆଡୁ ମାମଲା (ନଂ.୨୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri