ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ ମୋଟ ୩୨ ଜଣ ଥିଲେ । ଏହି ଘଟଣା ପରେ ତୁରନ୍ତ ବ୍ୟାପକ ସର୍ଚ୍ଚ ଏବଂ ରେସ୍କ୍ୟୁ ଅପରେସନ୍ ଆରମ୍ଭ କରାଯାଇଛି। ତେବେ ପ୍ରାଥମିକ ସୂଚନା ଅନୁସାରେ, ମୋଟ ୩୨ ଜଣଙ୍କ ମୃତ୍ୟୁ ହୋଇଛି ।

ନାଇଜେରିଆର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଫେଷ୍ଟସ୍ କେୟାମୋ (Festus Keyamo) ଏକ ବିବୃତ୍ତିରେ କହିଛନ୍ତି ଯେ ବିମାନଟି ନାଇଜେରିଆର ଆର୍ଥିକ ରାଜଧାନୀ ଲାଗୋସ୍ ଅଭିମୁଖେ ଏକ ନିୟମିତ ମିଶନରେ ଯାଉଥିବା ସମୟରେ ଓଣ୍ଡୋ ରାଜ୍ୟର ଇଗବୋକୋଡା (Igbokoda) ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ନାଇଜେରିଆନ୍ ଏୟାରଫୋର୍ସ ଏହି ବିମାନକୁ ATR-42 ଭାବରେ ଚିହ୍ନଟ କରିଛି ଏବଂ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଥିବା ନେଇ ସୂଚନା ଦେଇଛି।

ମନ୍ତ୍ରୀ କେୟାମୋଙ୍କ ଅନୁଯାୟୀ, ସ୍ଥାନୀୟ ସମୟ ସକାଳ ପ୍ରାୟ ୯ଟାରେ ବିମାନଟି ପ୍ରଥମେ ରୋଡାରରୁ ଗାଏବ ହୋଇଯାଇଥିଲା। ଏହା ଏଡୋ ରାଜ୍ୟର ବେନିନ୍‌ରୁ ଲାଗୋସ୍ ଯାଉଥିବା ବାଟରେ ଓଣ୍ଡୋ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଓଣ୍ଡୋ ଷ୍ଟେଟ୍ ପୋଲିସ କମାଣ୍ଡର ପ୍ରବକ୍ତା DSP ଅବାୟୋମି ଜିମୋ (Abayomi Jimoh) ଅକୁରେଠାରେ ଖବରଦାତାମାନଙ୍କୁ ଦୁର୍ଘଟଣା ବିଷୟରେ ନିଶ୍ଚିତ କରିଛନ୍ତି । ସେ କହିଛନ୍ତି ଯେ ଘଟଣା ସମ୍ପର୍କିତ ଅଧିକ ବିବରଣୀ ଏବେ ବି ସାମ୍ନାକୁ ଆସୁଛି ଏବଂ ସମଗ୍ର ପରିସ୍ଥିତିର ଯାଞ୍ଚ ପାଇଁ ଉଦ୍ୟମ ଜାରି ରହିଛି।

ଜିମୋ ଆହୁରି କହିଛନ୍ତି ଯେ, ପୋଲିସ କମାଣ୍ଡ ପକ୍ଷରୁ ସାଧାରଣ ଜନତା, ବିଶେଷ କରି ଇଗବୋକୋଡା ଏବଂ ଆଖପାଖ ଅଞ୍ଚଳର ଲୋକଙ୍କୁ ଶାନ୍ତ ରହିବାକୁ ଏବଂ କୌଣସି ଅପ୍ରମାଣିତ କିମ୍ବା ଗୁଜବ ଖବର ପ୍ରସାରଣ ନକରିବାକୁ ନିବେଦନ କରାଯାଇଛି। ବିଶ୍ୱସନୀୟ ତଥ୍ୟ ମିଳିବା କ୍ଷଣି ସାଧାରଣ ଜନତାଙ୍କୁ ସୂଚିତ କରାଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି।

ନାଇଜେରିଆନ୍ ଏୟାରଫୋର୍ସ କର୍ତ୍ତୃପକ୍ଷ ନିଶ୍ଚିତ କରିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ବିମାନଟି ବେନିନ୍‌ରୁ ଲାଗୋସ୍ ଅଭିମୁଖେ ଏକ ରୁଟିନ୍ ମିଶନରେ ଥିଲା। ସମ୍ପୃକ୍ତ ଆପାତକାଳୀନ ସେବା ଓ ଏଜେନ୍ସିଗୁଡ଼ିକ ସହ ମିଶି ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ସର୍ଚ୍ଚ ଓ ରେସ୍କ୍ୟୁ ଅପରେସନ୍‌କୁ ସଫଳ କରିବା ପାଇଁ ଏୟାରଫୋର୍ସ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ବୋଲି ବୟାନରେ କୁହାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?