ଆସନ୍ତା ୧୧ରୁ ନାଇଟ୍‌ କର୍ଫ୍ୟୁ, ଅପରାଧୀଙ୍କ ଉପରେ ରଖାଯିବ ନଜର: ପୋଲିସ କମିଶନର

ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ଏହାକୁ ନେଇ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବଢ଼ିବାରେ ଲାଗିଛି। ଏଥିଯୋଗୁ କରୋନା ସଂକ୍ରମଣ ବ୍ୟାପିବାର ସମ୍ଭାବନା ଥିବାରୁ ଆସନ୍ତା ୧୧ ତାରିଖରୁ ଦ୍ୱୈତନଗରୀରେ ନାଇଟ କର୍ଫ୍ୟୁ ଲାଗୁ ହେବ। ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହ ପାର୍ବଣ ବେଳେ ପୋଲିସ ରାଡାରରେ ଅପରାଧୀ ରହିବେ ବୋଲି ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

ପୋଲିସ କମିଶନର କହିଛନ୍ତି, ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଦଣ୍ଡ ଭୋଗିବେ। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ସେ ଲୋକଙ୍କୁ ଅପିଲ କରିଛନ୍ତି।

ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଲାଗି କମିଶନରେଟ ପୋଲିସ ଅପରାଧୀଙ୍କ ଉପରେ ନଜର ରଖିବ। ଟୁଇନ୍‌ ସିଟିରେ ପେସାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି। କୋଭିଡ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ସିପି ପରାମର୍ଶ ଦେଇଛନ୍ତି । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?