ସାରା ରାଜ୍ୟରେ ନାଇଟ୍‌ କର୍ଫ୍ୟୁ, ୧୦ ଜିଲାରେ ସପ୍ତାହାନ୍ତ ସଟ୍‌ଡାଉନ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ସାରା ରାଜ୍ୟର ସହରାଞ୍ଚଳରେ ଶନିବାରଠାରୁ ନାଇଟ୍‌ କର୍ଫ୍ୟୁ ଜାରି କରାଯାଇଛି। ଏଥିସହିତ ଛତିଶଗଡ଼ ସୀମାବର୍ତ୍ତୀ ୧୦ଟି ଜିଲାରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ସହ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ଏବଂ ଅନ୍ୟ ୨୦ ଜିଲାର ସହରାଞ୍ଚଳରେ ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି କରାଯାଇଛି। ତେବେ ଅତ୍ୟାବଶ୍ୟକ ସେବାକୁ ଏଥିରୁ ବାଦ୍‌ ଦିଆଯାଇଛି। ଏ ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି।
ସେହିପରି ଭୁବନେଶ୍ୱର, କଟକ, ପୁରୀ ଆଦି ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ବାକି ୨୦ଟି ଜିଲାର ସହରାଞ୍ଚଳରେ ଆସନ୍ତାକାଲିଠୁ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟକର୍ଫ୍ୟୁ ଲାଗୁ କରିଛନ୍ତି । ଏହି ଜିଲାଗୁଡିକରେ ଅତ୍ୟାବଶ୍ୟକ ସେବାକୁ ନାଇଟ କର୍ଫ୍ୟୁରୁ ବାଦ୍‌ ଦିଆଯିବ । ମାଲବାହୀ ପରିବହନ ଯଥାବିଧି ଜାରି ରହିବ। କିନ୍ତୁ ମାସ୍କ ଓ ସାମାଜିକ ଦୂରତ୍ୱ ପାଳନକୁ ବାଧ୍ୟତାମୂଳକ କରାଯାଇଛି।
ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀମାନେ ନିଜ ସଂସ୍ଥାଠୁ ମିଳିଥିବା ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ ବୋଲି ମୁଖ୍ୟ ସଚିବ ମହାପାତ୍ର କହିଛନ୍ତି । ବାର, ହୋଟେଲ ଓ ରେଷ୍ଟୁରାଣ୍ଟ ଆଦିଗୁଡିକ ନିଜର ୫୦ ପ୍ରତିଶତ କ୍ଷମତାରେ ପରିଚାଳିତ ହେବେ ।
ସରକାର ବ୍ୟବସାୟିକ ଅନୁଷ୍ଠାନକୁ ବନ୍ଦ କରି ଜୀବିକା ପ୍ରଭାବିତ କରିବାକୁ ଚାହୁଁନାହାନ୍ତି । ତେଣୁ ଏସବୁ ଖୋଲା ରହିବ, କିନ୍ତୁ କୋଭିଡ ଗାଇଡଲାଇନ୍‌କୁ ପାଳନ କରିବାକୁ ପଡ଼ିବ । ଯେଉଁମାନେ ଏହି ନିୟମ ଅମାନ୍ୟ କରିବେ ସେମାନଙ୍କ ବିରୋଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri