ଦ୍ୱୈତନଗରୀରେ ରାତ୍ର କର୍ଫ୍ୟୁ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୨।୭ (ବ୍ୟୁରୋ): ଅନ୍‌ଲକ୍‌-୨ରେ ରାଜ୍ୟ ସରକାର କରୋନା କଟକଣାରେ କିଛିଟା ପରିବର୍ତ୍ତନ କରିଛନ୍ତି। ବିଶେଷକରି ରାତ୍ରକାଳୀନ କର୍ଫ୍ୟୁକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବଳବତ୍ତର ରଖିଥିଲେ ମଧ୍ୟ ରାତି ୭ଟା ପରିବର୍ତ୍ତେ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଲାଗୁ କରିଛନ୍ତି। ତେବେ ଭୁବନେଶ୍ୱର ଓ କଟକରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କର୍ଫ୍ୟୁ ଅବଧିରେ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଥିଲା। କିନ୍ତୁ ଦ୍ୱୈତନଗରୀର କମିଶନରେଟ ପୋଲିସ ସେଥିରେ କୌଣସି ପରିବର୍ତ୍ତନ କରିନାହିଁ। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କର୍ଫ୍ୟୁ କଟକଣାକୁ କଡାକଡି କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ସହରବାସୀ ପୂର୍ବଭଳି ସହଯୋଗ କରିବାକୁ ନିବେଦନ କରିଛନ୍ତି।
ଗୃହ ବିଭାଗର ନିର୍ଦ୍ଦେଶ ତଥା ଓଡ଼ିଶା ସହରାଞ୍ଚଳ ଆକ୍ଟ-୨୦୦୩ ଅନୁସାରେ ଏହି କଟକଣା ଲଗାଯାଇଛି। ଅତି ଜରୁରୀ କାର୍ଯ୍ୟ ନ ଥିଲେ ବାହାରକୁ ନ ବାହାରିବାକୁ କୁହାଯାଇଛି। କର୍ଫ୍ୟୁ ସମୟରେ ରାଜଧାନୀର ବିଭିନ୍ନ ଛକରେ ପୋଲିସ ଚେକିଂ କରିବ। ଯେଉଁମାନେ ବିନା କାରଣରେ ବୁଲୁଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରାତି ୯ଟା ପୂର୍ବରୁ ପୋଲିସ ସାଇରନ୍‌ ବଜାଇ ଦୋକାନୀ ଓ ଲୋକଙ୍କୁ ସଚେତନା କରିବ। କର୍ଫ୍ୟୁ ସମୟରେ ଦୋକାନ ଖୋଲାଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି ବିଭିନ୍ନ ଛକରେ ଲୋକେ ଗହଳି କରୁଥିଲେ ସେମାନଙ୍କ ବିରୋଧରେ ମଧ୍ୟ ପଦକ୍ଷେପ ନିଆଯିବ। ତେବେ ରାତ୍ରକାଳୀନ କର୍ଫ୍ୟୁ ସମୟରେ ପୂର୍ବଭଳି ଔଷଧ ଦୋକାନ ଖୋଲା ରହିବ। ମେଡିକାଲ କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଜରୁରୀ ସେବା ଯୋଗାଉଥିବା ବ୍ୟକ୍ତିମାନେ ନିଜ ପରିଚୟପତ୍ର ବ୍ୟବହାର କରି ଯାତାୟାତ କରିପାରିବେବୋଲି କମିଶନରେଟ ପୋଲିସ ମୁଖ୍ୟାଳୟ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri