Posted inଜାତୀୟ

ସାମ୍ବାର ଅନ୍ତର୍ଜାତୀୟ ସୀମାରେ ରାତ୍ରକାଳୀନ କର୍ଫ୍ୟୁ: ଆଲର୍ଟରେ ସୁରକ୍ଷାକର୍ମୀ

ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ସାମ୍ବା ଜିଲାରେ ଅନ୍ତର୍ଜାତୀୟ ସୀମାଠାରୁ ଏକ କିଲୋମିଟର ଦୂରତା ମଧ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ମଙ୍ଗଳବାର ଏହି ଅଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଅଧିକାରୀଙ୍କ କହିବାନୁସାରେ, ଏହି କର୍ଫ୍ୟୁ ଅଞ୍ଚଳରେ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ବିଏସ୍‌ଏଫ୍‌ ଯବାନମାନଙ୍କୁ ମୁତୟନ କରାଯାଇଛି। ମଙ୍ଗଳବାର ଏକ ସରକାରୀ ନିର୍ଦ୍ଦେଶନାମାରୁ ଏହି ସୂଚନା ମିଳିଛି। ଉକ୍ତ ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ବର୍ତ୍ତମାନର କୁହୁଡ଼ି ଅବସ୍ଥାରେ ସୀମା ଭିତରକୁ ଅନୁପ୍ରବେଶ କରୁଥିବା ଏବଂ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ସୂଚନାଯୋଗ୍ୟ, ଜିଲା ମାଜିଷ୍ଟ୍ରେଟ ଅନୁରାଧା ଗୁପ୍ତାଙ୍କ ନିର୍ଦ୍ଦେଶ ଅନୁଯାୟୀ ସାମ୍ବା ଜିଲାର ଅନ୍ତର୍ଜାତୀୟ ସୀମା (ଆଇବି)ଠାରୁ ଏକ କିଲୋମିଟର ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଗରିକଙ୍କ ଗତିବିଧି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଆଦେଶରେ କୁହାଯାଇଛି ଯେ, ଏହି ସମୟରେ ଉକ୍‌ ଅଞ୍ଚଳରେ କୌଣସି ବ୍ୟକ୍ତି କିମ୍ବା ବ୍ୟକ୍ତି ଗୋଷ୍ଠୀ ଯାତାୟତ କରିପାରିବେ ନାହିଁ। ଏହି ନିର୍ଦ୍ଦେଶ ତୁରନ୍ତ ପ୍ରଭାବ ସହିତ କାର୍ଯ୍ୟକାରୀ ହୋଇଥିବା ବେଳେ ଏହା ୨ମାସ ପର୍ଯ୍ୟନ୍ତ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri