ଆଜିଠୁ ୧୦ ଜିଲାରେ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ସୀମାନ୍ତ ଜିଲାଗୁଡ଼ିକରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ ଜିଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ପାଇଁ ଘୋଷଣା କରିଥିବାବେଳେ ଦିନ କର୍ଫ୍ୟୁକୁ ନେଇ ସ୍ପଷ୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)। ରାଜ୍ୟରେ କୋଭିଡ୍‌-୧୯ ସ୍ଥିତି ନିୟନ୍ତ୍ରଣରେ ରହିଛି। ସରକାର ସବୁଦିଗରୁ ଟିକିନିଖି ଅନୁଧ୍ୟାନ କରି ପଦକ୍ଷେପ ନେଉଛନ୍ତି। ଏଭଳି ସ୍ଥିତିରେ ରାଜ୍ୟରେ ଦିନ କର୍ଫ୍ୟୁ ଜାରି ହେବାର କୌଣସି ଯୋଜନା ହୋଇ ନ ଥିବା ଏସ୍‌ଆର୍‌ସି ଟୁଇଟ୍‌ କରି ଜଣାଇଛନ୍ତି। ରବିବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଦିନ କର୍ଫ୍ୟୁ ସଂକ୍ରାନ୍ତରେ ସୂଚନା ଦେଇଥିଲେ। ଆସନ୍ତା ୪/୫ଦିନ ମଧ୍ୟରେ ଏହା ଲାଗୁ ହୋଇପାରେ। ତେଣୁ ସମସ୍ତେ ସଚେତନ ହୋଇ ସରକାରଙ୍କ କଟକଣାକୁ ପାଳନ କରିବା ଉଚିତ ବୋଲି ବାଚସ୍ପତି କହିଥିଲେ। ଏହାକୁ ନେଇ ରାଜ୍ୟବାସୀ ଛାନିଆ ହୋଇପଡିଥିବାବେଳେ ଏସ୍‌ଆର୍‌ସିଙ୍କ ସ୍ପଷ୍ଟୀକରଣ ଆଶ୍ୱସ୍ତି ଦେଇଛି।
ଅନ୍ୟପକ୍ଷରେ ଛତିଶଗଡ଼ ସମେତ ଅନ୍ୟ ପଡୋଶୀ ରାଜ୍ୟରୁ ସଂକ୍ରମଣ ଓଡ଼ିଶାକୁ ବ୍ୟାପୁଥିବାରୁ ସୀମାନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ୧୦ ଜିଲାରେ ରାଜ୍ୟ ସରକାର ନାଇଟ୍‌ କର୍ଫ୍ୟୁ ଜାରି କରିଥିଲେ। ଏହା ସୋମବାରଠାରୁ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟରେ ଜରୁରିକାଳୀନ ସେବା ଛାଡ଼ିଦେଲେ ସମସ୍ତ ଦୋକାନ, ବାଣିଜି୍ୟକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ଓ ଅନୁଷ୍ଠାନ ବନ୍ଦ ରହିବ। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି

ଏସ୍‌ଆର୍‌ସିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ସେପଟେ ରାଜ୍ୟକୁ ଫେରିଛି କଣ୍ଟେନମେଣ୍ଟ ଜୋନ୍‌। ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ଜିଲା ପ୍ରଶାସନ କିମ୍ବା ମହାନଗର ନିଗମ କମିଶନର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିପାରିବେ ବୋଲି ଏପ୍ରିଲ ପାଇଁ ଜାରି ନିର୍ଦ୍ଦେଶନାମାରେ ଏସ୍‌ଆର୍‌ସି କହିଥିଲେ। ଏବେ ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳକୁ କଣ୍ଟେନମେଣ୍ଟ ଫେରିଛି। ଶନିବାରଠାରୁ ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମଧ୍ୟ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିବାବେଳେ ରବିବାର ଝାରସୁଗୁଡ଼ା ପୌର ପରିଷଦର ୮ ଅଞ୍ଚଳ, କିରିମିରା ବ୍ଲକର ୩ ଅଞ୍ଚଳ ସହ ଲଖନପୁରର ଗୋଟିଏ ଅଞ୍ଚଳକୁ ଝାରସୁଗୁଡ଼ା ଜିଲାପାଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ସେହିପରି କଳାହାଣ୍ଡି ଜିଲାର ଚିଲଚିଲା ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଗାଁରୁ ଏକାଥରକେ ୭ଜଣ କରୋନା ସଂକ୍ରମିତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।
ଏପଟେ ରାଜ୍ୟରେ ଶେଷ ୨୪ ଘଣ୍ଟାରେ ଆଉ ୪୭୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୮୫ଜଣ ରହିଥିବାବେଳେ କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦, ବଲାଙ୍ଗୀରରୁ ୩୬ ଓ ଅନ୍ୟ ଜିଲାରୁ ଏହାଠାରୁ କମ୍‌ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨,୬୯୫ରେ ପହଞ୍ଚତ୍ଛି। ସେପଟେ ଦୀର୍ଘଦିନ ପରେ ରାଜ୍ୟରେ ଆଉଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧାର ଜଣେ ୨୯ବର୍ଷୀୟା ମହିଳା। ସେ ରକ୍ତହୀନତା ରୋଗରେ ମଧ୍ୟ ପୀଡିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜିନତ ମୃତ୍ୟୁ ସଂଖ୍ୟା ୧,୯୨୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?