୫ ରାଜ୍ୟରେ ରାତି କର୍ଫ୍ୟୁ

ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍‌-୧୯ ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯିବା ସହ ଜନ ସମାବେଶ ଉପରେ କଟକଣା ଲାଗୁ ହୋଇଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ନୂଆ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି। ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟ ସରକାର କେତେକ କଟକଣା ଲାଗୁ କରିଛନ୍ତି। ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ ସର୍ବସାଧାରଣ ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି। ବନ୍ଦ ପ୍ରକୋଷ୍ଠରେ ବିବାହ ଲାଗି ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି ମିଳିଥିବାବେଳେ ଖୋଲା ସ୍ଥାନରେ ବିବାହ କାର୍ଯ୍ୟକ୍ରମରେ ୨୫୦ ପର୍ଯ୍ୟନ୍ତ ଲୋକ ଭାଗ ନେଇପାରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।
ଉତ୍ତରପ୍ରଦେଶରେ ଶନିବାରଠାରୁ ରାତି ୧୧ରୁ ଭୋର ୫ଟା ପର୍ଯ୍ୟନ୍ତ ରାତ୍ରି କର୍ଫ୍ୟୁ ଲାଗୁ କରିବା ପାଇଁ ଯୋଗୀ ଆଦିତ୍ୟନାଥ ସରକାର ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ବିବାହ ଆଦି ସାମାଜିକ ଉତ୍ସବରେ ୨୦୦ରୁ ଅଧିକ ଲୋକ ଭାଗନେବାକୁ ଅନୁମତି ଦିଆଯିବ ନାହିଁ। ତେବେ ରାଜନୈତିକ ରାଲି ପାଇଁ ଏପର୍ଯ୍ୟନ୍ତ କୌଣସି କଟକଣା ଲାଗୁ କରାଯାଇନାହିଁ। ହରିୟାଣାରେ ରାତି ୧୧ରୁ ସକାଳ ୫ କର୍ଫ୍ୟୁ ଲାଗୁ ହେବା ସହ ସାମାଜିକ ଉତ୍ସବ ଓ କାର୍ଯ୍ୟକ୍ରମରେ ୨୦୦ରୁ ଅଧିକ ଲୋକ ଏକତ୍ର ହେବା ଉପରେ କଟକଣା ଜାରି କରାଯାଇଛି।
ଅହମ୍ମଦାବାଦ ବଡୋଦରା, ସୁରଟ, ରାଜକୋଟ, ଜାମନଗର, ଭାବନଗର, ଜୁନାଗଡ଼, ଗାନ୍ଧୀନଗରରେ ମଧ୍ୟ ଶନିବାର ରାତି ୧୧ରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଛି। ମଧ୍ୟପ୍ରଦେଶ ସରକାର ଗୁରୁବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ରାତି ୧୧ରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଜାରି ରହିବ। ଓମିକ୍ରନ୍‌ ସଂକ୍ରମଣ ଥିବା ଦେଶରୁ ଆସିଥିବା ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ଲାଗି ବିମାନ ବନ୍ଦରରେ ଆଇଟି-ପିସିଆର୍‌ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ଜଣେ ନେଗେଟିଭ୍‌ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ଓ ଅଷ୍ଟମ ଦିନରେ ପୁଣି ଥରେ ପରୀକ୍ଷା କରାଇବାକୁ କୁହାଯାଇଛି। ପଜିଟିଭ୍‌ ଚିହ୍ନଟ ହେଲେ ହସ୍ପିଟାଲରେ ଚିକିତ୍ସା କରାଯିବାର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?