୫ ରାଜ୍ୟରେ ରାତି କର୍ଫ୍ୟୁ

ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍‌-୧୯ ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯିବା ସହ ଜନ ସମାବେଶ ଉପରେ କଟକଣା ଲାଗୁ ହୋଇଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ନୂଆ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି। ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟ ସରକାର କେତେକ କଟକଣା ଲାଗୁ କରିଛନ୍ତି। ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ ସର୍ବସାଧାରଣ ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି। ବନ୍ଦ ପ୍ରକୋଷ୍ଠରେ ବିବାହ ଲାଗି ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି ମିଳିଥିବାବେଳେ ଖୋଲା ସ୍ଥାନରେ ବିବାହ କାର୍ଯ୍ୟକ୍ରମରେ ୨୫୦ ପର୍ଯ୍ୟନ୍ତ ଲୋକ ଭାଗ ନେଇପାରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।
ଉତ୍ତରପ୍ରଦେଶରେ ଶନିବାରଠାରୁ ରାତି ୧୧ରୁ ଭୋର ୫ଟା ପର୍ଯ୍ୟନ୍ତ ରାତ୍ରି କର୍ଫ୍ୟୁ ଲାଗୁ କରିବା ପାଇଁ ଯୋଗୀ ଆଦିତ୍ୟନାଥ ସରକାର ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ବିବାହ ଆଦି ସାମାଜିକ ଉତ୍ସବରେ ୨୦୦ରୁ ଅଧିକ ଲୋକ ଭାଗନେବାକୁ ଅନୁମତି ଦିଆଯିବ ନାହିଁ। ତେବେ ରାଜନୈତିକ ରାଲି ପାଇଁ ଏପର୍ଯ୍ୟନ୍ତ କୌଣସି କଟକଣା ଲାଗୁ କରାଯାଇନାହିଁ। ହରିୟାଣାରେ ରାତି ୧୧ରୁ ସକାଳ ୫ କର୍ଫ୍ୟୁ ଲାଗୁ ହେବା ସହ ସାମାଜିକ ଉତ୍ସବ ଓ କାର୍ଯ୍ୟକ୍ରମରେ ୨୦୦ରୁ ଅଧିକ ଲୋକ ଏକତ୍ର ହେବା ଉପରେ କଟକଣା ଜାରି କରାଯାଇଛି।
ଅହମ୍ମଦାବାଦ ବଡୋଦରା, ସୁରଟ, ରାଜକୋଟ, ଜାମନଗର, ଭାବନଗର, ଜୁନାଗଡ଼, ଗାନ୍ଧୀନଗରରେ ମଧ୍ୟ ଶନିବାର ରାତି ୧୧ରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଛି। ମଧ୍ୟପ୍ରଦେଶ ସରକାର ଗୁରୁବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ରାତି ୧୧ରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଜାରି ରହିବ। ଓମିକ୍ରନ୍‌ ସଂକ୍ରମଣ ଥିବା ଦେଶରୁ ଆସିଥିବା ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ଲାଗି ବିମାନ ବନ୍ଦରରେ ଆଇଟି-ପିସିଆର୍‌ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ଜଣେ ନେଗେଟିଭ୍‌ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ଓ ଅଷ୍ଟମ ଦିନରେ ପୁଣି ଥରେ ପରୀକ୍ଷା କରାଇବାକୁ କୁହାଯାଇଛି। ପଜିଟିଭ୍‌ ଚିହ୍ନଟ ହେଲେ ହସ୍ପିଟାଲରେ ଚିକିତ୍ସା କରାଯିବାର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri