ରାଜ୍ୟରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି। ଦୀର୍ଘ ଦିନ ପରେ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳକୁ ଖସିଛି। କରୋନା ପ୍ରକୋପ କମିବାରୁ ରାଜ୍ୟ ସରକାର ପୂର୍ବରୁ ଲାଗିଥିବା କେତେକ କଟକଣାକୁ କୋହଳ କରିଛନ୍ତି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟର ସମସ୍ତ ସହରାଞ୍ଚଳରୁ ରାତ୍ରିକାଳୀନ କର୍ଫ୍ୟୁ ହଟାଇଦିଆଯାଇଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଶୁକ୍ରବାର ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଫଳରେ ରାତିରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ନେଇ ଆଉ କୌଣସି କଟକଣା ରହିବ ନାହିଁ। ସୂଚନାଯୋଗ୍ୟ, ଓମିକ୍ରନ ଭାରିଏଣ୍ଟ ଚିହ୍ନଟ ହେବା ପରେ ସଂକ୍ରମଣ ବ୍ୟାପିବା ଆଶଙ୍କାରେ ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଥିଲା। ଜାନୁଆରୀରେ ରାତି ୯ଟାରୁ ସକାଳ ୫ଟା ଯାଏ ରାଜ୍ୟର ସମସ୍ତ ସହରାଞ୍ଚଳରେ ନାଇଟ କର୍ଫ୍ୟୁ ଲାଗୁ ହୋଇଥିଲା। କିନ୍ତୁ ଏହାପରେ ସ୍ଥିତିରେ ସାମନ୍ୟ ସୁଧାର ଆସିବାରୁ ଫେବୃଆରୀରେ ରାତ୍ରୀକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଥିଲା। ପୁଣି ସମୟରେ ପରିବର୍ତ୍ତନ କରାଯାଇ ରାତି ୧୦ଟାରୁ ସକାଳ ୫ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ କରାଯାଇଥିଲା। ସୂଚନା ମୁତାବକ, ଗତ କିଛି ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୈନିକ ହଜାରେ ତଳେ ରହୁଛି। ଶୁକ୍ରବାର ରାଜ୍ୟରେ ୬୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri