ବଦଳିବନି ରାତି ତାପମାତ୍ରା: ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ…

ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ତାପମାତ୍ରା ଧୀରେ ଧୀରେ ବଢି ଚାଲିଛି। ତେବେ ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବାବେଳେ ୧୫ ଡିଗ୍ରୀ ତଳେ ୨୮ଟି ସହର ରହିଥିଲା। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ସେମିଳିଗୁଡା ୭.୧ ଡିଗ୍ରୀ, ଝାରସୁଗୁଡା ୯.୩ ଡିଗ୍ରୀ, କିରେଇ ୧୦.୩ ଡିଗ୍ରୀ, ନବରଙ୍ଗପୁର ୧୦.୫ ଡିଗ୍ରୀ, ସୁନ୍ଦରଗଡ଼ ୧୧.୨ ଡିଗ୍ରୀ, ଢେଙ୍କାନାଳ ୧୨ ଡିଗ୍ରୀ, ରାୟଗଡ଼ା ୧୨ ଡିଗ୍ରୀ, ମାଲକାନଗିରି ୧୨.୨ ଡିଗ୍ରୀ, କୋରାପୁଟ ୧୨.୨ ଡିଗ୍ରୀ, ଚିପିଲିମା ୧୨.୫ ଡିଗ୍ରୀ, ବଲାଙ୍ଗୀର ୧୨.୬ ଡିଗ୍ରୀ, ନୂଆପଡା ୧୨.୮ ଡିଗ୍ରୀ, ପାରଳାଖେମୁଣ୍ଡି ୧୨.୮ ଡିଗ୍ରୀ, କଟକ ୧୨.୮ ଡିଗ୍ରୀ, କେନ୍ଦ୍ରାପଡା ୧୨.୮ ଡିଗ୍ରୀ, ରାଉରକେଲା, ବରଗଡ଼, କେନ୍ଦୁଝର ଏବଂ ଅନୁଗୋଳରେ ୧୩ ଡିଗ୍ରୀ, ଯାଜପୁର, ଦେବଗଡ଼ ଓ ମହିଷାପାଟରେ ୧୩.୬ ଡିଗ୍ରୀ, ଭୁବନେଶ୍ୱର ଓ ସୋନପୁରରେ ୧୪ ଡିଗ୍ରୀ, ରାଣିତାଲ ୧୪.୪ ଡିଗ୍ରୀ, ବାରିପଦା ୧୪.୬ ଡିଗ୍ରୀ ଏବଂ ହୀରାକୁଦରେ ୧୪.୮ ଡିଗ୍ରୀ ରହିଥିଲା। ସେହିପରି ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବା ନେଇ ସତର୍କତା ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri