ଓଡ଼ିଶାର ୨ ସ୍ବାସ୍ଥ୍ୟକର୍ମୀଙ୍କୁ ନାଇଟିଙ୍ଗେଲ୍‌ ଆୱାର୍ଡ

କଣାସ(ବିଭୂତି ଭୂଷଣ ତ୍ରିପାଠୀ) / ନବରଙ୍ଗପୁର (ସଦାଶିବ ପ୍ରହରାଜ),୨୩ା୬: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ଦେଶର ୩୦ ସ୍ବାସ୍ଥ୍ୟକର୍ମୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ ଆୱାର୍ଡ ପ୍ରଦାନ କରାଯାଇଛି। ୨୦୨୨ ଓ ୨୦୨୩ ବର୍ଷ ନିମନ୍ତେ ୧୫ ଜଣ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କୁ ଗୁରୁବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର ମଞ୍ଜୁଲତା ମହାରଣା ଏବଂ ସେବତୀ ସାହୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ଆୱାର୍ଡ ପାଇଛନ୍ତି।
ସୂଚନା ଅନୁଯାୟୀ, ପୁରୀ ଜିଲା କଣାସ ବ୍ଲକ କାଦୁଆ ପଞ୍ଚାୟତ ଅଧୀନ ସାହାସପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ମଞ୍ଜୁଲତା ଦୀର୍ଘ ୧୯ ବର୍ଷ ଧରି ସେବା ଯୋଗାଇ ଆସୁଛନ୍ତି। ସେ ଏଏନ୍‌ଏମ ତାଲିମ ସମାପ୍ତ କରିବା ପରେ ୨୦୦୭ରେ ଜାତୀୟ ସ୍ବାସ୍ଥ୍ୟ ମିଶନରେ ପ୍ରଥମେ ଚାକିରି ଆରମ୍ଭ କରିଥିଲେ। ଗତ ୩ବର୍ଷ ମଧ୍ୟରେ ନିଜ ଅଞ୍ଚଳରେ ସେ ଶିଶୁ ମୃତ୍ୟୁହାର ଶୂନ୍ୟ, ୮୯ ପ୍ରତିଶତ ଟିକା ପ୍ରଦାନ କରିବା ସହିତ କୋଭିଡ୍‌ ଓ ବନ୍ୟା ସମୟରେ ୧୦୪ ଜଣ ମହିଳାଙ୍କ ପ୍ରସବ କରାଇବା ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ। ଫଳରେ ସେ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ଉଦାହରଣ ପାଲଟିଥିଲେ। ସେହିପରି ନବରଙ୍ଗପୁର ଜିଲାର ସେବତୀ ଦୀର୍ଘ ୨୦ବର୍ଷ ଧରି ନିଜ କାର୍ଯ୍ୟ ପ୍ରତି ସମର୍ପିତ ରହିଛନ୍ତି। ସମ୍ପ୍ରତି ସେ ଜିଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁ ବିଭାଗରେ ନର୍ସିଂ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି। ସେବତୀ ଜିଲାର ଅନେକ ଅପହଞ୍ଚ ଇଲାକାରେ ପହଞ୍ଚି ଲୋକଙ୍କୁ ସଚେତନ କରିବା ସହିତ ସେବା ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri