୨୦୧୬ରେ ଟ୍ରୁଡୋଙ୍କୁ ଚିଠି ଲେଖି ନିଜକୁ ନିର୍ଦ୍ଦୋଶ କହିଥିଲେ ନିଜ୍ଜର

୨୦୧୬ରେ ଟ୍ରୁଡୋଙ୍କୁ ଚିଠି ଲେଖି ନିଜକୁ ନିର୍ଦ୍ଦୋଶ କହିଥିଲେ ନିଜ୍ଜର
ଅଟାଓ୍ବା,୩୦।୯: ୨୦୧୬ରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କୁ ଚିଠି ଲେଖି ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜର ନିଜକୁ ନିର୍ଦ୍ଦୋଶ ବୋଲି କହିଥିଲେ। ଭାରତ ସରକାର ତାଙ୍କ ବିରୋଧରେ ମିଛ ଅଭିଯୋଗ ଆଣିଛନ୍ତି ବୋଲି ସେ ଚିଠି ମାଧ୍ୟମରେ ଜଣାଇଥିଲେ। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରେ ଏହା ସାମ୍ନାକୁ ଆସିଛି।

ଚଳିତ ବର୍ଷ ଜୁନ ମାସରେ ସୁରେରେ ଥିବା ଥିବା ଶିଖ ଗୁରୁ ନାନକଙ୍କ ଗୁରୁଦ୍ୱାରରେ ନିଜ୍ଜରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ତେବେ ଏହା ପୂର୍ବରୁ ସେ ଭାରତ ଉଠାଇଥିବା ଅଭିଯୋଗ ଉପରେ ଟ୍ରୁଡୋଙ୍କ ହସ୍ତକ୍ଷେପ ଲୋଡି ଏକ ଚିଠି ଲେଖିଥିଲେ। ସେହି ସମୟରେ ଭାରତର ଅନୁରୋଧ କ୍ରମେ ଇଣ୍ଟରପୋଲ ନିଜ୍ଜରଙ୍କ ବିରୋଧରେ ରେଡ କର୍ଣ୍ଣର ନୋଟିସ ଜାରି କରିଥିଲେ।

ନ୍ୟାସନାଲ ପୋଷ୍ଟ ଖବରକାଗଜ ରିପୋର୍ଟ ଅନୁଯାୟୀ, ନିଜ୍ଜର ଚିଠିରେ କହିଥିଲେ, ମୁଁ ତୁମ ପ୍ରଶାସନକୁ ଅନୁରୋଧ କରୁଛି ଯେ ଭାରତ ସରକାରଙ୍କ ମିଥ୍ୟା, ଭିତ୍ତିହୀନ, କାଳ୍ପନିକ ଓ ରାଜନୈତିକ ଉଦ୍ଦେଶ୍ୟମୂଳକ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରନ୍ତୁ। ଭାରତ ନିଜର ସରକାରୀ ଅଧିକାରକୁ ଖୋଲାଖୋଲି ଭାବେ ଅପବ୍ୟବହାର କରିଛି।

ଭାରତରେ ହତ୍ୟା, ଆତଙ୍କବାଦୀ କାର୍ଯ୍ୟକଳାପ ଏବଂ ଦେଶଦ୍ରୋହ ସମେତ ଅନେକ ମାମଲାରେ ନିଜ୍ଜରଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ୨୦୦୭ରେ, ଲୁଧିଆନାର ଏକ ସିନେମା ହଲ ବିସ୍ଫୋରଣରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲା ଯେଉଁଥିରେ ତାଙ୍କର ଭୂମିକା ଥିଲା। ନିଷିଦ୍ଧ ଖଲିସ୍ତାନ ଆତଙ୍କବାଦୀ ବାହିନୀର ମୁଖ୍ୟ ଭାବରେ ସେ ବ୍ରିଟିଶ କଲମ୍ବିଆରେ ଆତଙ୍କବାଦୀ ତାଲିମ ଶିବିର ଚଳାଇଥିବା ଅଭିଯୋଗ ହୋଇଥିଲା। ତେଣୁ ଇଣ୍ଟରପୋଲ ଭାରତର ଅନୁରୋଧ କ୍ରମେ ୨୦୧୬ରେ ତାଙ୍କ ବିରୋଧରେ ରେଡ କର୍ଣ୍ଣର ନୋଟିସ ଜାରି କରିଥିଲା।

ନ୍ୟାସନାଲ ପୋଷ୍ଟ ଅନୁଯାୟୀ, ନିଜାର ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ଯେ, ଶିଖମାନଙ୍କ ପାଇଁ ଏକ ସ୍ବତନ୍ତ୍ର ମାତୃଭୂମି ଗଠନ କରିବାକୁ ଚାହୁଁଥିଲେ। ଖଲିସ୍ତାନୀ କାର୍ଯ୍ୟକଳାପକୁ ସମର୍ଥନ କରୁଥିବାରୁ ତାଙ୍କୁ ଭାରତ ଦ୍ୱାରା ଟାର୍ଗେଟ କରାଯାଉଛି। ଚିଠିରେ ଆହୁରି କୁହାଯାଇଛି ଯେ, ସେ କୌଣସିି ହିଂସାତ୍ମକ କାର୍ଯ୍ୟକଳାପରେ କେବେ ବି ବିଶ୍ୱାସ କରନ୍ତି ନାହିଁ କି ସମର୍ଥନ କରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?