Posted inଜାତୀୟ

ଆତଙ୍କବାଦୀ ତାଲିମ ଶିବିର ଚଳାଇଥିଲେ ନିଜ୍ଜର

ନୂଆଦିଲ୍ଲୀ,୨୪ା୯: ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ୍‌ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଓ କାନାଡା ମଧ୍ୟରେ ବିବାଦ ତୀବ୍ର ହୋଇଛି। ତେବେ ନିଜ୍ଜର ଧର୍ମୀୟ କିମ୍ବା ସାମାଜିକ ବ୍ୟକ୍ତିତ୍ୱ ନୁହନ୍ତି, ସେ ଆତଙ୍କବାଦୀମାନଙ୍କ ପାଇଁ ତାଲିମ ଶିବିର ଚଳାଇବା ସହ ଆତଙ୍କବାଦ କାର୍ଯ୍ୟ ପାଇଁ ପାଣ୍ଠି ଯୋଗାଉଥିଲେ ବୋଲି ଏକ ସୂତ୍ରରୁ କୁହାଯାଇଛି। ବେଆଇନ ଖଲିସ୍ତାନୀ କମାଣ୍ଡୋ ଫୋର୍ସର ଗୁର୍‌ଦୀପ ସିଂ ଓରଫ ଦୀପା ହେରାନ୍‌ଓ୍ବାଲାଙ୍କ ଘନିଷ୍ଠ ସହଯୋଗୀ ଥିଲେ ନିଜ୍ଜର। ନିଶା ଚୋରା କାରବାର ଏବଂ ବଟି ଆଦାୟ ଆଦି ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ନିଜ୍ଜର ଗିରଫ ଭୟରେ ୧୯୯୬ରେ କାନାଡ଼ା ପଳାଇଥିଲେ। କାନାଡାରେ ସେ ଆତଙ୍କବାଦୀ କାର୍ଯ୍ୟ ପାଇଁ ପାଣ୍ଠି ଯୋଗାଡ଼ କରୁଥିଲେ ଓ ଭାରତରେ ଆକ୍ରମଣ ପାଇଁ ବ୍ରିଟିଶ କଲମ୍ବିଆରେ ଏକ ଆତଙ୍କବାଦ ତାଲିମ ଶିବିର ଚଳାଇଥିଲେ। ସେ ଆତଙ୍କବାଦୀ ସଂଗଠନ ଖଲିସ୍ତାନ ଟାଇଗର ଫୋର୍ସର ଅପରେଶନ ମୁଖ୍ୟ ଭାବେ କାର୍ଯ୍ୟ କରିଆସୁଥିଲେ। ୨୦୧୨ରେ ସେ ପାକିସ୍ତାନରେ ବାବର ଖାଲ୍‌ସା ଇଣ୍ଟରନ୍ୟାଶନାଲ୍‌ର ମୁଖ୍ୟ ଜଗତରସିଂ ତାରାଙ୍କୁ ଭେଟିଥିଲେ। ତାରା ତାଙ୍କୁ ଅସ୍ତ୍ର ଯୋଗାଇବା ସହ ଆଇଇଡି ପ୍ରସ୍ତୁତିର ତାଲିମ ଦେଇଥିଲେ। ତାରାଙ୍କ ନିର୍ଦ୍ଦେଶରେ ୨୦୧୪ରେ ନିଜ୍ଜର ହରିୟାଣାର ସିର୍ସାସ୍ଥିତ ଡେରା ସଚା ସୌଦା ମୁଖ୍ୟାଳୟ ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଯୋଜନା କରିଥିଲେ। ତେବେ ଭିଜା ନ ମିଳିବାରୁ ଯୋଜନା ସଫଳ ହୋଇ ନ ଥିଲା। ଏନ୍‌ଆଇଏ ତାଙ୍କ ବିରୋଧରେ ଅନେକ ମାମଲା ରୁଜୁ କରିବା ସହ ଇଣ୍ଟରପୋଲ୍‌ ରେଡ୍‌ କର୍ନର ନୋଟିସ୍‌ ଜାରି କରିଥିଲା। ନିଜ୍ଜର କାନାଡ଼ାରେ ଭାରତ ବିରୋଧୀ ବିକ୍ଷୋଭ ଚଳାଇବା ସହ ଭାରତୀୟ କୂଟନୀତିଜ୍ଞମାନଙ୍କୁ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?