ନିକେତନ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି) ରେଜଲ୍ଟ ସୋମବାର ପ୍ରକାଶ ପାଇଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ଘୋଷିତ ଫଳ ଅନୁଯାୟୀ ସର୍ବଭାରତୀୟ ସ୍ତରରେ ୩ ଜଣ ପରିକ୍ଷାର୍ଥୀ ର଼୍ୟାଙ୍କ-୧ରେ ରହିଛନ୍ତି। ସେମାନେ ହେଲେ ତେଲଙ୍ଗାନାର ମ୍ରିଣାଲ କୁଟ୍ଟେରି, ଦିଲ୍ଲୀର ତନ୍ମୟ ଗୁପ୍ତା ଓ ମହାରାଷ୍ଟ୍ରର କାର୍ତ୍ତିକା ଜି ନାୟର। ତେବେ ଓଡ଼ିଶାର ନିକେତନ ସ୍ବସ୍ତି ଶ୍ରବଣ ମିଶ୍ର ରାଜ୍ୟ ଟପ୍ପର ହୋଇଛନ୍ତି। ଭୁବନେଶ୍ୱରର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ର ନିକେତନ ସର୍ବଭାରତୀୟସ୍ତରରେ ୭୫ ର଼୍ୟାଙ୍କ ରଖିଥିବା ବେଳେ ୯୯.୯୯ ପର୍ସେଣ୍ଟାଇଲ ରଖିଛନ୍ତି। ସେହିପରି ସାଇ ସ୍କୁଲର ଗୀତି ଗାୟତ୍ରୀ ପଣ୍ଡା ୧୦୦, ସୁରଜ ନନ୍ଦ ୧୨୪,
ଶ୍ରୀ ରଥ ୨୮୫, ପୌର୍ଣ୍ଣଭ ପ୍ରତ୍ୟାଶା ପ୍ରଧାନ ୪୫୦ ର଼୍ୟାଙ୍କ୍‌ ହାସଲ କରିଛନ୍ତି। ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ଓ ବିଦେଶର ୩,୮୫୮ କେନ୍ଦ୍ରରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମୋଟ ୧୫,୪୪,୨୭୫ ଜଣ ପରୀକ୍ଷା ଦେଇଥିବାବେଳେ ୮,୭୦,୦୭୪ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀଛାତ୍ରମାନେ neet.nta.nic.in ନିଜର ରେଜଲ୍ଟ ଦେଖିପାରିବେ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଅଗଷ୍ଟ ୧ରେ ଏନ୍‌ଇଇଟି ପାଇଁ ପ୍ରଥମେ ତାରିଖ ଧାର୍ଯ୍ୟ କରାଯାଇଥିଲ। କିନ୍ତୁ କରୋନାର ଦ୍ୱିତୀୟ ଲହର ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ସେପ୍ଟେମ୍ବର ୧୨ରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। କିଛି ଦିନ ତଳେ ଦୁଇ ଜଣ ପିଲା ପରୀକ୍ଷା ବେଳେ ସେମାନଙ୍କୁ ଭୁଲ ପ୍ରଶ୍ନପତ୍ର ମିଳିଥିବା ଅଭିଯୋଗ କରିଥିଲେ। ବମ୍ବେ ହାଇକୋର୍ଟ ଏହାର ଶୁଣାଣି କରିବା ସହ ସାନି ପରୀକ୍ଷା ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦୁଇ ଜଣ ପିଲାଙ୍କ ପାଇଁ ୧୬ଲକ୍ଷ ପରୀକ୍ଷାର୍ଥୀଙ୍କ ରେଜଲ୍ଟକୁ ରୋକା ଯାଇପାରିବ ନାହିଁ ବୋଲି କହିବା ସହ ଏନ୍‌ଟିଏ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ସୁପ୍ରିମକୋର୍ଟ ଏହାର ଶୁଣାଣି କରି ବମ୍ବେ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଥିଲେ। ଫଳରେ ସୋମବାର ଏନ୍‌ଟିଏ ଏନ୍‌ଇଇଟି ରେଜଲ୍ଟ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri