ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ ପିଟଲା ସାହି ଓ ରେଲି ସାହି ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଥିଲା। ଏହି ଘଟଣାରେ ଉଭୟ ସାହିର ୩ ଜଣ କରି ଲେଖା ୬ ଜଣ ଗୁରୁତର ଆହତ ହୋଇଥିଲେ। ସହରରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ଶନିବାର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାମେନ୍ଦ୍ର ପ୍ରସାଦଙ୍କ ନେତୃତ୍ୱରେ ୬ ପ୍ଲାଟୁନ ପୋଲିସ ଫ୍ଲାଗମାର୍ଚ୍ଚ କରିଥିଲା। ତେବେ ଫ୍ଲାଗମାର୍ଚ୍ଚ ସମୟରେ ରେଲି ସାହି ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଯାଇଥିଲା ସ୍ଥାନୀୟ ଲୋକେ ପୋଲିସଙ୍କ ନିକଟକୁ ଯାଇ ନ୍ୟାୟ ଦାବି କରିଥିଲେ ଏବଂ ବାରମ୍ବାର ସେମାନଙ୍କ ଉପରେ ଆକ୍ରମଣ ହେଉଥିବା ଅଭିଯୋଗ ଉଠାଇଥିଲେ।

ଅନ୍ୟପଟେ, କିଛି ସନ୍ଦିଗ୍ଧ ବ୍ୟକ୍ତି ରାୟଗଡା ଉପକାରାଗାର ସମ୍ମୁଖରେ ନିଖିଲ ହତ୍ୟାକାଣ୍ଡ ସମ୍ପର୍କରେ ପଚରାଉଚରା କରିବା ସହିତ ଜେଲ କର୍ମଚାରୀଙ୍କୁ ଧମକ ଦେଉଥିବା ସୂଚନା ମିଳିଛି।

ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଖିଲ ହତ୍ୟାକାଣ୍ଡରେ ଗିରଫ ହୋଇଥିବା ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କୋର୍ଟଙ୍କ ଅନୁମତି ପରେ ବିଭିନ୍ନ ଜିଲା ବାହାର ଜେଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜେଲ ସୁପରିଣ୍ଟେଣ୍ଡେଣ୍ଟ କିଶୋର କୁମାର ସିଂ ସୂଚନା ଦେଇଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ସହରରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ପୋଲିସ ମୋତାୟନ କରାଯାଇଛି। ଘଟଣାସ୍ଥଳରେ ଏଏସପି ରାମେନ୍ଦ୍ର ପ୍ରସାଦଙ୍କ ସହ ଏସଡିପିଓ ଗୌରହରୀ ସାହୁ, ଆଇଆଇସି ପ୍ରସନ୍ନ ବେହେରା, ଗୁଣପୁର ଆଇଆଇସି କେକେବିକେ କହଁର ଓ ଅନ୍ୟାନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଅଛନ୍ତି।

ସୂଚନାଯୋଗ୍ୟ ଯେ, ପୂର୍ବ ଶତ୍ରୁତା ଓ ଜୁଆ ଅଡ୍ଡାରୁ ଲୁଟ ଘଟଣାକୁ କେନ୍ଦ୍ର କରି ଗତ ୯ ତାରିଖରେ ନିଖିଲ ହାଡପା ନାମକ ଯୁବକଙ୍କୁ ଏକ ଗ୍ୟାଙ୍ଗର ଅପରାଧୀମାନେ ଗୋଡେଇ ଗୋଡେଇ ଗୁଳି କରି ହତ୍ୟା କରିଥିଲେ।ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଗିରଫ କରିଥିବାବେଳେ ମୋଟ ୨୧ ଜଣ ଜଡିତ ଥିବା ସନ୍ଦେହ କରାଯାଉଛି। ଘଟଣାକୁ ନେଇ ସହରରେ ଏପର୍ଯ୍ୟନ୍ତ ଉତ୍ତେଜନା ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?