ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍‌ସ କମାଣ୍ଡର ନିଖିଲ ରଥ

ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ମିଶନ୍‌ ପାଇଁ ତାଙ୍କ ନାମ ଶର୍ଟଲିଷ୍ଟ ହୋଇଥିବା ଜାଣିବା ପରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ  ଟୁଇଟ୍‌ କରି ନିଖିଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଏହି ବହୁପ୍ରତୀକ୍ଷିତ ମିଶନ୍‌ ପାଇଁ ମନୋନୀତ ୪ ପାଇଲଟ୍‌ଙ୍କ ମଧ୍ୟରେ ନିଖିଲ ରହିଛନ୍ତି। ୨୦୨୨ ମସିହାରେ ଭାରତବର୍ଷ ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ରେ ଅନ୍ତରୀକ୍ଷକୁ ମାନବ ପଠାଇବ। ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ଆଗକୁ ଆଉ ବର୍ଷେ କାଳ ଋଷିଆ ତାଲିମ ଗ୍ରହଣ କରିବେ ବୋଲି ରାଜ୍ୟପାଳ ଟୁଇଟ୍‌ କରି ଜଣାଇଛନ୍ତି। ଏହା ସହିତ ଓଡ଼ିଶାର ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମଧ୍ୟ ନିଖିଲଙ୍କୁ ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେବା ଖବରକୁ ନେଇ ଟୁଇଟ୍‌ କରି ନିଖିଲ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ ସାରା ଓଡ଼ିଶାରେ ଖୁସିର ଲହରି ଖେଳିଯାଇଛି। ଭାରତୀୟ ବାୟୁସେନାରେ ଓ୍ବିଙ୍ଗସ୍‌ କମାଣ୍ଡର ଭାବେ କାର୍ଯ୍ୟରତ ନିଖିଲ ରଥ ହେଉଛନ୍ତି ବଲାଙ୍ଗୀର ସହରର ଆଡଭୋକେଟ୍‌ ତଥା ରାଜନେତା ଅଶୋକ ରଥ ଏବଂ ମହିଳା କମିଶନ୍‌ ସଦସ୍ୟା କୁସୁମ ରଥଙ୍କ ସୁପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri