ଓଡ଼ିଶା ସାଇନିଂ ଆଇକନରେ ଚମକିଲେ ନିଖିତା

ଅନୁଗୋଳ,୨୬।୧୨(ଅମିତ ସାମଲ): ରାଉରକେଲା ସହରର ଭଞ୍ଜ ଭବନଠାରେ ଅନୁଷ୍ଠିତ ଓଡ଼ିଶା ସାଇନିଂ ଆଇକନର ସବ୍‌ ଜୁନିଅର ବର୍ଗରେ ଚମକିଛନ୍ତି ଅନୁଗୋଳ ଝିଅ ନିଖିତା ସାହୁ। ପ୍ରାୟ ୧୦ ଜଣ ମଡେଲଙ୍କୁ ପଛରେ ପକାଇ ସେ ମିସ୍‌ ଓଡ଼ିଶା ଟାଇଟଲ ହାସଲ କରିଛନ୍ତି। ନିଖିତାଙ୍କ ବାପା ବିଜୟ କୁମାର ସାହୁ ଏକ ଘରୋଇ କାରଖାନାରେ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବାବେଳେ ମା’ ଅଞ୍ଜଳି ମଧୁସ୍ମିତା ସାହୁ ଜଣେ ଗୃହିଣୀ। ନିଖିତା ଅନୁଗୋଳ ଜିଲା ନାଲ୍‌କୋର ଦିଲ୍ଲୀ ପବ୍ଲିକ ସ୍କୁଲରେ କ୍ଲାସ ୫ରେ ଅଧ୍ୟୟନରତ। ଓଡ଼ିଶା ସାଇନିଂ ଆଇକନ ପ୍ରତିଯୋଗିତାର ପ୍ରଥମ ପର୍ଯ୍ୟାୟ ଅନ୍‌ଲାଇନରେ ହୋଇଥିଲା। ଏଥିରେ ୪୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ବିଭାଗରେ ୧୦ ଜଣ ଲେଖାଏ ପ୍ରତିଯୋଗୀଙ୍କୁ ଚୟନ କରାଯାଇ ଫାଇନାଲକୁ ପ୍ରବେଶ କରାଯାଇଥିଲା। ସେମାନଙ୍କ ମଧ୍ୟରେ ହୋଇଥିବା ପ୍ରତିଯୋଗିତାରେ ନିଖିତା ବିଜୟ ଲାଭ କରିବା ସହ ଓଡ଼ିଶା ସାଇନିଂ ଆଇକନର କ୍ରାଉନ ହାସଲ କରିଛନ୍ତି। ଆଗକୁ ଜଣେ ସଫଳ ଫ୍ୟାଶନ ଡିଜାଇନର ହେବାକୁ ଲକ୍ଷ୍ୟ ଥିବା ନିଖିତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri