ଆମେରିକାର ରାଷ୍ଟ୍ରପତିଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ନିକ୍କି ହାଲି

ଓ୍ବାଶିଂଟନ,୨୬।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ନିକ୍କି ହେଲି ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବାଇଡେନ୍‌ ଆମେରିକାକୁ କମ୍ୟୁନିଷ୍ଟ ଚାଇନା ଉପରେ ଅଧିକ ନିର୍ଭରଶୀଳ କରିଦେଇଛନ୍ତି। ମୁଁ ସାହସର ସହିତ ଦେଶର ପ୍ରତ୍ୟେକ ଶତ୍ରୁ ସହିତ ଲଢିବି ବୋଲି ନିକ୍କି ଦାବି କରିଛନ୍ତି।
ଓକାଲୋହୋମା ସିଟିରେ ହାମ ଇନଷ୍ଟିଚ୍ୟୁଟ ଫର ଆମେରିକୀୟ ଏନର୍ଜି ଦ୍ୱାରା ଆୟୋଜିତ ଆମେରିକାର ଶକ୍ତି ସୁରକ୍ଷା ସମ୍ମିଳନୀରେ ସେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ କହିଛନ୍ତି ଯେ, ବାଇଡେନ୍‌ କମ୍ୟୁନିଷ୍ଟ ଚାଇନା ଉପରେ ଆମେରିକାକୁ ଅଧିକ ନିର୍ଭରଶୀଳ କରିଛନ୍ତି। କରୋନା ମହାମାରୀ ପ୍ରମାଣିତ କରିଛି ଯେ, ଆମେ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପାଇଁ ଶତ୍ରୁକୁ କେବେବି ବିଶ୍ୱାସ କରିବା ଉଚିତ୍‌ ନୁହେଁ। ଅତ୍ୟାଧୁନିକ ଜ୍ଞାନକୌଶଳ ସୃଷ୍ଟି କରିବା ପାଇଁ ଆମର ସମସ୍ତ ସମ୍ବଳ ଆବଶ୍ୟକ। ପରିବେଶର ସୁରକ୍ଷା ପାଇଁ ଆମକୁ ନିଜକୁ ଗରିବ କରିବା ଆବଶ୍ୟକ ନାହିଁ। ଆମ ଦେଶକୁ ଅଧିକ ପରିଷ୍କାର, ସୁସ୍ଥ ଏବଂ ସୁଖୀ କରିବାର ସର୍ବୋତ୍ତମ ଉପାୟ ହେଉଛି ଅଧିକ ଆମେରିକୀୟ ଶକ୍ତି ବ୍ୟବହାର କରିବା। ଇତିହାସ ପ୍ରମାଣ କରେ ଯେ ଆମେରିକୀୟଙ୍କ ଅପେକ୍ଷା କେହି ଅଧିକ ଦକ୍ଷ ନୁହଁନ୍ତି। ଚାଇନା ଏକମାତ୍ର ଦେଶ ନୁହେଁ ଯାହାକୁ ମୁଁ ଉତ୍ତରଦାୟୀ କରିବି। ଆମ ବିରୋଧରେ ଶକ୍ତି ବ୍ୟବହାର କରୁଥିବା ପ୍ରତ୍ୟେକ ଶତ୍ରୁ ବିପକ୍ଷରେ ମୁଁ ଠିଆ ହେବି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri