ନିକୁଞ୍ଜ ଧଳଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩୦।୬(ଅସମାପିକା ସାହୁ): ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ନିକୁଞ୍ଜ ଧଳ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସହିତ ସ୍ବତନ୍ତ୍ର ରିଲିଫ କମିସନର ମଧ୍ୟ ଥିଲେ। ଏଥିସହିତ ସେ ଅବକାରୀ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗ୍ରୀଡ୍‌କୋ ଚେୟାରମ୍ୟାନ, ଓଏସ୍‌ବିସି ଚେୟାରମ୍ୟାନ ପଦବୀରେ ରହି କାର୍ଯ୍ୟ କରିଛନ୍ତି। ତେବେ ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ସମୟରେ ସେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିଲେ। ସେହି ସମୟରେ ନିଜ ବାପାଙ୍କ ଦେହାନ୍ତର ୨୪ଘଣ୍ଟା ମଧ୍ୟରେ କାର୍ଯ୍ୟରେ ଯୋଗଦେଇଥିଲେ। ଯାହାକୁ ନେଇ ସେ ବହୁ ସ୍ଥାନରୁ ପ୍ରଶଂସା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri