ଆଜି ବାହାରିବ ନୀଳାଚଳ ଅବଢା: ମହାପ୍ରସାଦ ପାଇ କୃତାର୍ଥ ହେବେ ଭକ୍ତ

ପୁରୀ,୨୦।୭: ନିଳାଦ୍ରୀ ବିଜେ ପରେ ଘୋଷଯାତ୍ରା ଶେଷ ହୋଇଛି । ଶ୍ରୀମନ୍ଦିରରେ ପୁଣି ମହାପ୍ରଭୁଙ୍କର ଲୀଳାଖେଳା ଆରମ୍ଭ ହୋଇଯାଇଛି । ସକାଳେ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ, ଅବକାଶ, ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଛି । ଗୋପାଳବଲ୍ଲଭ ଭୋଗ ପରେ ନୀଳାଚଳ ଅବଢା ବାହାରିବ । ଶ୍ରୀମନ୍ଦିରରୁ ମହାପ୍ରସାଦ ପାଇ କୃତାର୍ଥ ହେବେ ଭକ୍ତ ଓ ସେବାୟତ । ଶୁକ୍ରବାର ରାତିରେ ଗୋଟି ପହଣ୍ଡିରେ ରଥରୁ ଯାଇ ରତ୍ନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂରତି । ପ୍ରଥମେ ସୁଦର୍ଶନ ପରେ ବଡ଼ ଠାକୁର ବଳଭଦ୍ର ଓ ତାପରେ ଭଉଣୀ ସୁଭଦ୍ରା ରତ୍ନବେଦୀକୁ ବିଜେ କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି । ଭକ୍ତଙ୍କ ଗହଣରେ ହଲିଝୁଲି ଶ୍ରମନ୍ଦୀର ଅଭିମୁଖେ ଯାତ୍ରା କରିଥିଲେ ମହାପ୍ରଭୁ । ଏହିସମୟରେ ମା’ ଲକ୍ଷ୍ମୀ ସିଂହଦ୍ୱାର ବନ୍ଦ କରିଥିଲେ । ଅନେକ ବଚନିକା ପରେ ମା’ଙ୍କୁ ରସଗୋଲା ଖୁଆଇ ଓ ପାଟବସ୍ତ୍ର ଦେଇ ମାନଭଞ୍ଜନ କରିଥିଲେ ମହାପ୍ରଭୁ ଜଗନ୍ନାଥ । ନିଳାଦ୍ରୀ ବିଜେରେ ମହାପ୍ରଭୁଙ୍କ ମାନବୀୟ ଲୀଳା ଦର୍ଶନ କରି କୃତାର୍ଥ ହୋଇଛନ୍ତି ଭକ୍ତଗଣ । ପହଣ୍ଡି ଶେଷ ପରେ ବିଳମ୍ବିତ ରାତିରେ ରୁନ୍ଧା କାର୍ଯ୍ୟ ଶେଷ କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri